ହାଇକୋର୍ଟରେ ଚୋକସିଙ୍କ ସତ୍ୟପାଠ;ଫେରାର ହୋଇନି, ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛି

ନୂଆଦିଲ୍ଲୀ,୧୮-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତିର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ସୋମବାର ବମ୍ବେ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି। ସେ ଦେଶରୁ ପଳାୟନ କରିନାହାନ୍ତି ବରଂ ନିଜର ମେଡିକାଲ ଟ୍ରିଟ୍‌ମେଣ୍ଟ ପାଇଁ ବିଦେଶ ଯାଇଛନ୍ତି ବୋଲି ସତ୍ୟପାଠରେ ସେ କହିଛନ୍ତି। ବର୍ତ୍ତମାନ ସେ ଆଣ୍ଟିଗୁଆରେ ଅବସ୍ଥାନ କରୁଛନ୍ତି ଓ ତଦନ୍ତରେ ସହାୟତା କରିବାକୁ ଇଚ୍ଛୁକ। ଅଦାଲତ ଚାହିଁଲେ ତଦନ୍ତକାରୀ ଅଧିକାରୀଙ୍କୁ ଆଣ୍ଟିଗୁଆ ଆସିବାକୁ ନିର୍ଦ୍ଦେଶ ଦେଇପାରନ୍ତି ବୋଲି ଚୋକ୍‌ସି ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ପଳାତକ ହୀରା ବ୍ୟବସାୟୀ କହିଛନ୍ତି ଯେ, ତଦନ୍ତରେ ସହାୟତା କରିବାକୁ ଇଚ୍ଛା ଥିଲେ ହେଁ ସ୍ବାସ୍ଥ୍ୟଗତ କାରଣରୁ ସେ ବିମାନ ଯାତ୍ରା କରିବାକୁ ଅସମର୍ଥ। ଯାତ୍ରା କରିବା ଲାଗି ଡାକ୍ତରଙ୍କ ଅନୁମତି ମିଳିବା ମାତ୍ରେ ସେ ଭାରତ ଫେରିଆସିବେ। ତେବେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ବତନ୍ତ୍ର ଅଦାଲତ ଏବଂ ଯାଞ୍ଚ ଅଧିକାରୀଙ୍କ ସମ୍ମୁଖରେ ହାଜର ହେବାକୁ ସେ ପ୍ରସ୍ତୁତ ବୋଲି ଚୋକ୍‌ସି କହିଛନ୍ତି। ଯାଞ୍ଚରେ ସହାୟତା କରୁନାହାନ୍ତି ବୋଲି ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଯୁକ୍ତି ସମ୍ପୂର୍ଣ୍ଣ ମିଛ ବୋଲି ହୀରା ବ୍ୟବସାୟୀ କହିଛନ୍ତି। ତେବେ ସିବିଆଇ ଓ ଇଡି ତାଙ୍କୁ ଆଣ୍ଟିଗୁଆରେ ଜେରା କରିପାରିବେ ବୋଲି ଚୋକ୍‌ସି ସ୍ପଷ୍ଟ କରିଛନ୍ତି। ଉଲ୍ଲେଖଥାଉ କି, ଭଣଜା ନୀରବ ମୋଦିଙ୍କ ସହ ମିଶି ଚୋକ୍‌ସି ପିଏନ୍‌ବିରୁ ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ଋଣ ଠକି ନେଇଛନ୍ତି ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri