ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ବିଧାୟକ ମୋକିମ୍‌ଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୭।୮: ବାରବାଟୀ-କଟକ ନିର୍ବାଚନକୁ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ସେପ୍ଟେମ୍ବର ୧୩ରେ ଏହାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବାବେଳେ ଉକ୍ତ ଦିନ ବର୍ତ୍ତମାନର ବିଧାୟକ ଇଂ. ମହମ୍ମଦ ମୋକିମ୍‌ଙ୍କୁ ଜବାବ ଦାଖଲ କରିବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗତ ବିଧାନସଭା ନିର୍ବାଚନରେ ବାରବାଟୀ-କଟକ ଆସନରୁ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍‌ ବିଜୟୀ ହୋଇଥିଲେ। ତେବେ ନାମାଙ୍କନପତ୍ର ଦାଖଲ ସମୟରେ ମୋକିମ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠ ଏବଂ ନାମାଙ୍କନପତ୍ରରେ ଅନେକ ତଥ୍ୟ ଲୁଚାଇଥିବା ନେଇ ପୂର୍ବତନ ବିଧାୟକ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମୋକିମ ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ଆପରାଧିକ ମାମଲା ଏବଂ ସମ୍ପତ୍ତି ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଥିବା ସାମନ୍ତରାୟ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ହାଇକୋର୍ଟରେ ନିର୍ବାଚନ ସଂକ୍ରାନ୍ତୀୟ ମାମଲା (ନଂ. ୬/୨୦୧୯) ରୁଜୁ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମିଲନ କାନୁନ୍‌ଗୋ ଏବଂ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri