ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ବିଭୁ ପ୍ରସାଦ ରାଉତରାୟ

କଟକ ଅଫିସ, ୮। ୧୧- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ବିଭୁପ୍ରସାଦ ରାଉତରାୟ ଶପଥ ଗ୍ରହଣ କରିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ହାଇକୋର୍ଟ ପୁରୁଣା କୋଠାର କନ୍‌ଫରେନ୍ସ ହଲ୍‌ରେ ଏ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳଙ୍କ ଅନୁମତି କ୍ରମେ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ ସଞ୍ଜିବ ଚୋପ୍ରା ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ବିଜ୍ଞପ୍ତିକୁ ପଠନ କଲାପରେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ରାଉତରାୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟ ବିଚାରପତି ସଞ୍ଜୁ ପଣ୍ଡା, କେ.ଆର୍‌. ମହାପାତ୍ର, ଏ.କେ. ରଥ, ସଙ୍ଗମ ସାହୁ, ବି.ଆର୍‌. ଷଡ଼ଙ୍ଗୀ, ଏ.କେ. ମିଶ୍ର, ଏସ୍‌.କେ. ମିଶ୍ର, ରାଜ୍ୟ ଆଇନ ସଚିବ ସଚ୍ଚିକାନ୍ତ ମିଶ୍ର, ଜିଲାପାଳ ଭବାନୀ ଶଙ୍କର ଚୟନି, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଡିସିପି ଅଖିଳେଶ୍ୱର ସିଂ, ବିଚାରପତି ବିଭୁ ପ୍ରସାଦ ରାଉତରାୟଙ୍କ ମାତାପିତା ଓ ହାଇକୋର୍ଟ ବାର୍‌ ଆସୋସିଏଶନର ବରିଷ୍ଠ ଆଇନଜୀବୀ ଓ ସଦସ୍ୟ ଉପସ୍ଥିତ ଥିଲେ।
ପ୍ରକାଶଥାଉ କି, ମୁଖ୍ୟ ବିଚାରପତି ଓଡ଼ିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ୪ଜଣ ଜୁଡ଼ିସିଆଲ ଅଫିସରଙ୍କ ନାମ ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କୁ ସୁପାରିସ କରିଥିଲେ। ଗତ ଅକ୍ଟୋବର ୩ରେ ସୁପ୍ରିମକୋର୍ଟଙ୍କ କଲେଜିୟମ ବ୍ରହ୍ମପୁର ଜିଲା ଓ ଦୌରାଜଜ୍‌ ରାଉତରାୟଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବାକୁ ରାଷ୍ଟ୍ରପତିଙ୍କୁ ସୁପାରିସ କରିଥିଲେ। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ରାଉତରାୟଙ୍କ ନିଯୁକ୍ତିକୁ ନେଇ ଗୁରୁବାର ବିଦ୍ଧିବଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri