ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ:ଗଠନ ହେଲା ସଚିବସ୍ତରୀୟ କମିଟି

ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍‌ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି ବାରମ୍ବାର ଦାବି କରାଯାଉଛି। ତୁରନ୍ତ ପଦକ୍ଷେପ ନେବା ପାଇଁ ବିଭିନ୍ନ ପ୍ରାନ୍ତରୁ ଆସି ବିଭିନ୍ନ ବର୍ଗର ଲୋକମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ବାରମ୍ବାର ଦାବି କରିଯାଇଛନ୍ତି। ଏପରି କି ଦଳମତ ନିର୍ବିଶେଷରେ ଶାସକ ଦଳ ନେତାମାନେ ମଧ୍ୟ ବିରୋଧୀଙ୍କ ସହ ଏକାଠି ହୋଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ବିଭିନ୍ନ ସମୟରେ ଟାର୍ଗେଟ କରିଛନ୍ତି। ଗତ ୨୦୧୯ ସାଧାରଣ ନିର୍ବାଚନର ଖୁବ୍‌ କମଦିନ ପୂର୍ବରୁ ଏହି ପ୍ରସଙ୍ଗରେ ଦାବି ଜୋର୍‌ ଧରିବାରୁ ମୁଖ୍ୟମନ୍ତ୍ରୀ ଏହାର ସମାଧାନ ପାଇଁ ଗତ ମାର୍ଚ୍ଚ ୮ରେ ବିଚାର ବିଭାଗୀୟ କମିଶନ ସ୍ଥାପନ କରିଥିଲେ। ଏଥିପାଇଁ ଏକ ସଚିବସ୍ତରୀୟ କମିଟି ମଧ୍ୟ ଗଠନ କରାଯାଇଥିଲା। ମାତ୍ର ଉକ୍ତ କମିଟି ରିପୋର୍ଟ କଣ ଆସିଲା ସେନେଇ କିଛି ଜଣାପଡିନାହିଁ। ଏବେ ଏହି ପ୍ରସଙ୍ଗ ଜୋର ଧରିବାରୁ ସରକାର ପୁଣିଥରେ ଏହାର ସମାଧାନ ନିମନ୍ତେ ଏକ ସଚିବସ୍ତରୀୟ କମିଟି ଘୋଷଣା କରିଛନ୍ତି। ପରିସ୍ଥିତିକୁ ଏଡାଇବା ପାଇଁ ସରକାର ପୁଣି ଏକପ୍ରକାର ସମୟ ଗଡାଇବାର ବାହାନା ଖୋଜିଥିବା ବିରୋଧୀ ଅଭିଯୋଗ କରୁଛନ୍ତି।
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ପ୍ରସଙ୍ଗରେ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସଚିବସ୍ତରୀୟ କମିଟିର ପୁନର୍ଗଠନ କରାଯାଇ ଏହି ପ୍ରସଙ୍ଗରେ ସମାଧାନର ରାସ୍ତା କାଢିବା ପାଇଁ ବ୍ୟବସ୍ଥା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାୟୀ ବେଞ୍ଚ ସ୍ଥାପନ ନିମନ୍ତେ ହାଇକୋର୍ଟ ମୁଖ୍ୟ ବିଚାରପତି ଓ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ସହ ବିଚାର ବିମର୍ଶ କରିବା ସକାଶେ ରାଜ୍ୟ ସରକାର ଗତ ମାର୍ଚ୍ଚ ୮ ତାରିଖରେ ଏକ ଅଫିସର ସ୍ତରୀୟ କମିଟି ଗଢିଥିଲେ। ରାଜ୍ୟ ସରକାର ବୁଧବାର ଉକ୍ତ ଅଫିସର ସ୍ତରୀୟ କମିଟିର ପୁନର୍ଗଠନ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରୁ ଜଣାପଡିଛି ଯେ, ସଂଶୋଧିତ କମିଟିରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରିବର୍ତ୍ତେ ଉନ୍ନୟନ କମିଶନର ସୁରେଶ କୁମାର ମହାପାତ୍ରଙ୍କୁ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଏଥିରେ ଆଉ ୪ ଜଣଙ୍କୁ ସଦସ୍ୟ ରଖାଯାଇଛି। ଏମାନଙ୍କ ମଧ୍ୟରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ, ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଏବଂ ରାଜସ୍ବ ବିଭାଗ ପ୍ରମୁଖ ଶାସନ ସଚିବ ଏଥିରେ ସଦସ୍ୟ ରହିଛନ୍ତି। ଏହାସହ ଗୃହ(ହାଇକୋର୍ଟ) ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଏହି କମିଟିର ଆବାହକ ସଦସ୍ୟ ଭାବରେ ନିଯୁକ୍ତି ଦିଆଯାଇଛି। ତେବେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର କେଉଁ ସ୍ଥାନରେ କରାଯିବ ସେନେଇ କମିଟି ସ୍ଥିର କରିବ। ଏହାସହ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କମିଟି ବିଭିନ୍ନ ଦିଗରୁ ତର୍ଜମା କରିବ। ତେବେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ରାଜ୍ୟ ସରକାର ସ୍ପଷ୍ଟ ଆଭିମୁଖ୍ୟ ଗ୍ରହଣ କରିବା ସକାଶେ ପ୍ରଥମେ ବିଚାର ବିଭାଗୀୟ କମିଶନ ସ୍ଥାପନ କରିଥିଲେ। ତେବେ ଏଥର ସରକାର ଏନେଇ କମିଟି ଗଠନ କରିଥିବା ବେଳେ କେତେଦିନ ମଧ୍ୟରେ କମିଟି ପକ୍ଷରୁ ରିପୋର୍ଟ ଆସି ଚୂଡାନ୍ତ ନିଷ୍ପତ୍ତି ନିଆଯିବ ସେନେଇ କିଛି ଉଲ୍ଲେଖ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri