ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ। ସରକାରୀ ଅର୍ଥରେ ଉକ୍ତ ଦୁଇ ମହିଳାଙ୍କୁ ହାଇଦ୍ରାବାଦ କାହିଁକି ନିଆଯାଇଥିଲା। କେନ୍ଦ୍ରାପଡ଼ାର ସାରଥୀ ବାବା ଜଣେ ଝିଅଙ୍କୁ ସାଙ୍ଗରେ ନେଇଥିଲେ ବୋଲି ତାଙ୍କୁ ଗିରଫ କରି ଜେଲ ପଠାଗଲା। ପର୍ଯ୍ୟଟନ ମନ୍ତ୍ରୀ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ ମଧ୍ୟ ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ। ତୁରନ୍ତ ସେ ମନ୍ତ୍ରୀପଦରୁ ଇସ୍ତଫା ଦିଅନ୍ତୁ ବୋଲି ଏଭଳି ସଙ୍ଗିନ ଅଭିଯୋଗ ଆଣି କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି।

ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ, ୨୦୧୯ ଅକ୍ଟୋବର ୪ ତାରିଖରେ ପର୍ଯ୍ୟଟନ ମନ୍ତ୍ରୀ ଦୁଇଜଣ ମହିଳାଙ୍କୁ ହାଇଦ୍ରାବାଦ ନେଇଥିଲେ। କେଉଁ ଅଧିକାର ବଳରେ ମନ୍ତ୍ରୀ ଉଭୟଙ୍କୁ ସାଙ୍ଗରେ ନେଇଥିଲେ ଓ ସରକାରୀ ଅର୍ଥ ଖର୍ଚ୍ଚ କରିଥିଲେ। ସେ ସମ୍ପର୍କରେ ସରକାର ଗୃହରେ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ସେ ଦାବି କରିଥିଲେ।

ମନ୍ତ୍ରୀଙ୍କ ଇସ୍ତଫା ଦାବି କରି କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ ଏବଂ ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ୧୨.୧୧ ମିନିଟରୁ ଗୃହକୁ ଅଧଘଣ୍ଟା ପାଇଁ ମୁଲତବୀ ଘୋଷଣା କରିଥିଲେ। ୧୨.୪୧ ମିନିଟ୍‌ରେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ହୋ-ହଲ୍ଲା କରିଥିଲେ। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ବିରୋଧୀ ଦଳ ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ଆଲୋଚନା ସମ୍ଭବ ହୋଇ ନ ଥିଲା। ଶେଷରେ ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୨.୪୨ରୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ, ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri