ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା

କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ସ୍କୁଲର ପ୍ରବେଶପଥ ଠାରୁ ଆରମ୍ଭ କରି ରୋଷେଇଶାଳ, ବଗିଚା ଇତ୍ୟାଦି ପରିଦର୍ଶନ କରି ବେଶ୍‌ ବିମୋହିତ ହୋଇଯାଇଥିଲେ। ଏହା ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠପଚାରି ଠିକ୍‌ ଉତ୍ତର ପାଇବା ପରେ ଖୁସି ହୋଇଯାଇଥିଲେ। ନିଜେ ଶ୍ରେଣୀ କୋଠରି ହ୍ବାଇଟ୍‌ ବୋର୍ଡରେ ମାର୍କର ଧରି ଶିକ୍ଷକଙ୍କ ଭଳି କିଛି ସମୟ ପିଲାମାନଙ୍କୁ ପାଠପଢାଇ ବେଶ୍‌ ଖୁସି ହୋଇଥିଲେ। ପରେ ଶ୍ରେଣୀ ଗୃହ କାନ୍ଥରେ ସୁନ୍ଦରଭାବେ ଚିତ୍ରିତ ତାଜମହଲ ପାର୍ଶ୍ୱରେ ପିଲାମାନଙ୍କ ସହ ଫଟୋ ଉଠାଇ ସେମାନଙ୍କୁ ଉତ୍ସାହିତ କରିଥିଲେ। ବିଶେଷକରି ସ୍କୁଲର ସ୍ବଚ୍ଛ ଓ ସୁନ୍ଦର ପରିବେଶ, ମନୋରମ ବଗିଚା, ଉନ୍ନତମାନର ସ୍ବତନ୍ତ୍ର ମଧ୍ୟାହ୍ନଭୋଜନ ବ୍ୟବସ୍ଥା, ଡିଜିଟାଲ ଶ୍ରେଣୀଗୃହ ସହ ଶୃଙ୍ଖଳିତ ଶିକ୍ଷା ବ୍ୟବସ୍ଥା, ରେଷେୟାମାନଙ୍କର ୟୁନିଫମ ଇତ୍ୟାଦି ଦେଖି ଏହି ବ୍ୟବସ୍ଥା ରାଜ୍ୟର ଅନ୍ୟାନ୍ୟ ସରକାରୀ ସ୍କୁଲଠାରୁ ନିଶ୍ଚିତଭାବେ ସ୍ବତନ୍ତ୍ର ବୋଲି ମନ୍ତ୍ରୀ ଜେନା କହିଥିଲେ। ଏଥିପାଇଁ ସ୍କୁଲର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ସାମଲଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଏହା ସହ ଏହି ସ୍କୁଲରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଖୁବ୍‌ଶୀଘ୍ର ଏକ ସୌରଚାଳିତ ନଳକୂପର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଜେନା ପ୍ରଧାନଶିକ୍ଷକ ସାମଲଙ୍କୁ ପ୍ରତିଶ୍ରୃତି ଦେଇଛନ୍ତି। ଏହା ସହ ସ୍କୁଲର ସର୍ବାଙ୍ଗୀନ ଆବଶ୍ୟକତା ପୂରଣ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରି ରାଜ୍ୟରୁ ସ୍ବତନ୍ତ୍ର ଟିମ୍‌ ଏହି ସ୍କୁଲକୁ ପରିଦର୍ଶନ କରିବା ପାଇଁ ବ୍ୟବସ୍ଥା କରିବେ। ସୁନ୍ଦରଗଡ଼ ଜିଲାପାଳ ଏହି ସ୍କୁଲକୁ ପରିଦର୍ଶନ କରି ଆବଶ୍ୟକୀୟ ଅଭାବ ଅସୁବିଧା ପୂରଣ ଦିଗରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ଜେନା ପ୍ରଧାନଶିକ୍ଷକ ସାମଲଙ୍କୁ ଏହି ଅବସରରେ ପ୍ରତିଶ୍ରୃତି ଦେଇଛନ୍ତି। ଏହା ପରେ ସ୍କୁଲର ଏକ ବିଶାଳ ନିମ୍ବଗଛ ମୂଳ ପିଣ୍ଡିରେ ବସି ମଧ୍ୟାହ୍ନଭୋଜନ ରୋଷେୟାମାନଙ୍କ ଦ୍ୱାରା ପ୍ରସ୍ତୁତ ଆୟୁର୍ବେଦିକ ଚା’ ପିଇବା ପରେ ରାଏବୋଗା ଅଭିମୁଖେ ଗସ୍ତ କରିଥିଲେ। ମନ୍ତ୍ରୀ ଜେନା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସୁନ୍ଦରଗଡ଼ ଜିଲା ଗସ୍ତରେ ଆସିଥିବା ଅବସରରେ ଏହି ହାଇସ୍କୁଲ ପରିଦର୍ଶନ କରିଥିଲେ। ମନ୍ତ୍ରୀଙ୍କ ସହ ରାଉରକେଲା ବିଧାୟକ ପୂର୍ବତନ ମନ୍ତ୍ରୀ ସାରଦା ନାୟକ, ସୁନ୍ଦରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri