Posted inଜାତୀୟ

ହାଜତରେ ଦଳିତ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୧୭ା୭: ରାଜସ୍ଥାନର ଚୁରୁସ୍ଥିତ ଏକ ଥାନା ହାଜତରେ ଜଣେ ଦଳିତ ମହିଳାଙ୍କୁ ୯ ପୋଲିସ କର୍ମଚାରୀ ଅନେକ ଦିନ ଧରି ଗଣବଳାତ୍କାର କରିଛନ୍ତି। ମିଛ ଚୋରି ମାମଲାରେ ସମ୍ପୃକ୍ତ ମହିଳାଙ୍କ ଦିଅରଙ୍କୁ ଥାନାକୁ ନେଇ ପିଟି ପିଟି ମାରିଦିଆଯାଇଛି। ପୋଲିସ ପ୍ରମାଣ ଲିଭାଇବା ପାଇଁ ଦିଅରଙ୍କ ମୃତଦେହକୁ ପୋଡ଼ିଦେଇଛି ବୋଲି ମହିଳା ଜଣକ ଅଭିଯୋଗ ଆଣିଛନ୍ତି। ମାମଲା ରୁଜୁ ହେବା ପରେ ଏବେ ଏହି ଘଟଣା ସାମ୍ନାକୁ ଆସିଛି।
୩୫ ବର୍ଷୀୟା ଦଳିତ ମହିଳାଙ୍କ ଅଭିଯୋଗ ହେଲା ଏକ ୬ ମାସ ପୁରୁଣା ଚୋରି ମାମଲାରେ ପୋଲିସ ତାଙ୍କ ୨୨ ବର୍ଷୀୟ ଦିଅରଙ୍କୁ ଫସାଇ ଜୁନ୍‌ ୩୦ରେ ହାଜତକୁ ନେଇଥିଲା। ପୋଲିସ ତାଙ୍କୁ ଅକଥନୀୟ ନିର୍ଯାତନା ଦେବା ପରେ ହାଜତରେ ଜୁଲାଇ ୬ରେ ଦିଅରଙ୍କ ମୃତ୍ୟୁ ଘଟିଥିଲା। ଏହାର ଦିନକ ପରେ ପୋଲିସ ପ୍ରମାଣ ଲିଭାଇବା ପାଇଁ ତାଙ୍କ ମୃତଦେହକୁ ଜାଳି ଦେଇଥିଲା। କେବଳ ଏତିକି ନୁହେଁ, ଜୁଲାଇ ୩ ତାରିଖରେ ମହିଳାଙ୍କୁ ମଧ୍ୟ ସର୍ଦ୍ଦାରସହର ଥାନାକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଅନେକ ଦିନ ଧରି ଏସ୍‌ଏଚ୍‌ଓ ରଣବୀର ସିଂ ଏବଂ ଅନ୍ୟ ୮ ପୋଲିସ କର୍ମଚାରୀ ଗଣବଳାତ୍କାର କରିଥିଲେ। ଏପରି କି ଦିଅରଙ୍କ ମୃତ୍ୟୁ ପରେ ବି ତାଙ୍କୁ ହାଜତରୁ ଛାଡ଼ି ନ ଥିଲେ। ପୀଡ଼ିତାଙ୍କୁ ଜୟପୁରସ୍ଥିତ ସଓ୍ବାଇ ମାନ୍‌ ସିଂ ହସ୍ପିଟାଲରେ ଗତ ୧୧ରେ ଭର୍ତ୍ତି କରାଯିବା ପରେ ସେ ନ୍ୟାୟ ଆଶାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ପତ୍ର ଲେଖିଥିଲେ। ଏସ୍‌ଏଚ୍‌ଓ ରଣବୀରଙ୍କ ପରେ ରାମପ୍ରତାପ ଗୋଧରା, ହେମରାଜ, ବୀରେନ୍ଦ୍ର କୁମାର, କୈଳାସ, ଜନକେଶ, କ୍ରିଷ୍ଣା, ମହେଶ ଓ ସଚିନ ତାଙ୍କର ଇଜ୍ଜତ ଲୁଟିଥିଲେ। ଅଭିଯୁକ୍ତ ପୋଲିସ ଅଧିକାରୀମାନଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରିବାକୁ ସେ ଏଥିରେ ଅନୁରୋଧ କରିଥିଲେ। ଏହା ପରେ ପରିବାର ଲୋକେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମହିଳାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଶନିବାର ଏକ ଗଣବଳାତ୍କାର ମାମଲା ରୁଜୁ କରିଛି। ଗଣବଳାତ୍କାର ଅଭିଯୁକ୍ତ ଏସ୍‌ଏଚ୍‌ଓ, ଜଣେ ହେଡ୍‌ କନ୍‌ଷ୍ଟେବଳ ଓ ୬ କନ୍‌ଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟ ୨୬ ପୋଲିସ କର୍ମଚାରୀଙ୍କୁ ପଚରାଉଚରା କରାଯାଉଛି। ଚୁରୁ ଏସ୍‌ପି ରାଜେନ୍ଦ୍ର କୁମାର ଶର୍ମାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। କ୍ରାଇମ୍‌ବ୍ରାଞ୍ଚର ଅପରାଧ ତଦନ୍ତ ବିଭାଗ (ସିଆଇଡି)କୁ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଛି। କିନ୍ତୁ ହାଜତ ମୃତ୍ୟୁ ନେଇ କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା ଜଣାପଡ଼ିଛି। ଗଣବଳାତ୍କାର ମାମଲାରେ ଏଫ୍‌ଆଇଆର୍‌ ହେବା ପରେ ପୋଲିସ ତତ୍ପରତା ଦେଖାଇ କାର୍ଯ୍ୟାନୁଷ୍ଠାନ ନେଇଛି ବୋଲି ରାଜସ୍ଥାନ ଆଇନମନ୍ତ୍ରୀ ଶାନ୍ତି ଧରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri