ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ତରଫରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ

ହାଟଡ଼ିହୀ,୧୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ମହାବିଦ୍ୟାଳୟଠାରେ ହାଟଡିହୀ ବ୍ଲକ ବିଜେଡି ତରଫରୁ ବୁଧବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମତିଥି ଉପଲକ୍ଷେ ଆୟୋଜିତ ଏହି ଶିବିରକୁ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନକରି ରକ୍ତ ଦାନର ମହତ୍ୱ ସମ୍ପର୍କରେ କହିଥିଲେ। ଏଥିରେ ବ୍ଲକ ବିଜେଡିର ଯୁବ, ଛାତ୍ର ଓ ସବୁ ବର୍ଗର ନେତା, କର୍ମୀମାନେ ଯୋଗଦେଇ ରକ୍ତ ଦାନ କରିବା ସହିତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ବିଧାୟକ ଭାଗିରଥି ସେଠୀଙ୍କ ସମେତ ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ଜେନା, କେନ୍ଦୁଝର ଜିଲା ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ହାଟଡିହୀ ସରପଞ୍ଚ ଅନୁସୁୟା ସେଠୀ, ବିଜେଡି ନେତା ରବୀନ୍ଦ୍ର ନାୟକ, ମୁନା ମହାନ୍ତି, ବିଶ୍ୱନାଥ ନାୟକ, ଆନନ୍ଦପୁର ଏମ୍‌ପି ପ୍ରତିନିଧି ଶାନ୍ତନୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri