ହାଟ ବନ୍ଦ କଲେ ବିଡିଓ

ଖଇରା, ୩୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ହେଉଥିବା ଅଭିଯୋଗ ହେବା ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏହାକୁ ନିୟନ୍ତ୍ରଣ କରିବା ଲାଗି ରାସ୍ତାକୁ ଓହ୍ଲାଇଛନ୍ତି। ସେ ଖଇରା ବ୍ଲକର ଖଇରା, ଡୁଙ୍ଗୁରା, ଗଣ୍ଡିବେଡ, ପାତ୍ରଖୁଣ୍ଟା, ଦୋମୁହାଁଣି, ପଳସା ସମେତ ସମସ୍ତ ସାପ୍ତାହିକ ହାଟକୁ ବନ୍ଦ କରିବା ଲାଗି ସ୍ଥାନୀୟ ଲୋକପ୍ରତିନିଧିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିଜେ ବିଡିଓ ବଳ ପ୍ରତ୍ୟେକ ଦିନ ବିଭିନ୍ନ ଆଞ୍ଚଳିକ ହାଟକୁ ଯାଇ ଏହାର ତଦାରଖ କରିବା ସହ ଭିଡ ହେଉଥିବା ସ୍ଥାନକୁ ପୋଲିସ ଲଗାଇ ବନ୍ଦ କରୁଛନ୍ତି। ଶନିବାର ଡୁଙ୍ଗୁରା ହାଟରେ ପହଞ୍ଚି ବନ୍ଦ କରିବାକୁ ନିର୍ଦ୍ଦେଶ ଦେବା ସହ ରବିବାର ପଳସା ହାଟକୁ ଯାଇ ପରିବା ଦୋକାନୀଙ୍କୁ ସାମାଜିକ ଦୂରତା ରଖି ଆସୁଥିବା ଗ୍ରାହକମାନଙ୍କୁ ଜିନିଷ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ପ୍ରତି ପଞ୍ଚାୟତରେ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଖାଦ୍ୟ ପ୍ରସ୍ତୁତ କରି ଗରିବ ଅସହାୟ ଭିକାରୀମାନଙ୍କୁ ବାଣ୍ଟିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଠିକ୍‌ ଭାବେ ଚାଲିଛି କି ନାହିଁ ସେ ପଞ୍ଚାୟତ ବୁଲି ଦେଖିଛନ୍ତି ା ଏ ସମ୍ପର୍କରେ ବିଡିଓ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାଧାରଣ ଭାବେ ହାଟ ବନ୍ଦ ପାଇଁ ସମସ୍ତ ସରପଞ୍ଚଙ୍କୁ ମେସେଜ ଦିଆଯାଇଛି। ଆବଶ୍ୟକସ୍ଥଳେ କମିଟି ଓ ଲୋକପ୍ରତିନିଧିମାନେ ସାମାଜିକ ଦ୍ୱରତ୍ୱ ରକ୍ଷା କରିବା ବ୍ୟବସ୍ଥା କରି କମ୍‌ ସମୟ ହାଟ ଚଲାଇପାରନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri