Posted inଜାତୀୟ

ହାତକାଟି ପ୍ରେମିକାଙ୍କ ମୁଣ୍ଡରେ ଲଗାଇଲେ ରକ୍ତସିନ୍ଦୁର, ସେଲ୍ଫି ନେବା ପରେ କଲେ ହତ୍ୟା

ପୁଣେ, ୨୧।୭: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ହାତକାଟି ନିଜ ପ୍ରେମିକାଙ୍କ ମୁଣ୍ଡରେ ରକ୍ତସିନ୍ଦୁର ଲଗାଇ ସେଲ୍ଫି ନେବା ପରେ ତାଙ୍କୁ ହତ୍ୟା କରିଛନ୍ତି। ପରେ ପ୍ରେମିକ ଜଣଙ୍କ ନିଜେ ଆତ୍ମହତ୍ୟା କରିଛନ୍ତି। ମହାରାଷ୍ଟ୍ରର ନୀଲମ ଗେଷ୍ଟହାଉସ୍‌ରେ ଏଭଳି ଘଟଣା ଘଟିଛି। ପୋଲିସ ଘଟଣାସ୍ଥଳରୁ ବ୍ଲେଡ୍‌ ସହ ମୃତଦେହ ଜବତ କରିଛି। ସୂଚନାଯୋଗ୍ୟ, ୨୧ ବର୍ଷୀୟ ଅରୁଣ କୁମାର ଗୁପ୍ତା ପ୍ରେମିକା ପ୍ରତିମା ପ୍ରସାଦଙ୍କୁ ହତ୍ୟା କରିବା ପୂର୍ବରୁ ସେଲ୍ଫି ଉଠାଇଥିଲେ। ପୋଲିସ କହିବା ଅନୁଯାୟୀ, ଅରୁଣ ଉତ୍ତର ପ୍ରଦେଶର ଆଜମଗଡରେ ରୁହନ୍ତି। ଯୁକ୍ତ ଦୁଇ ପଢା ଶେଷ ପରେ ପିତାଙ୍କ ବ୍ୟବସାୟ ସମ୍ଭାଳି ଥିଲେ। ପ୍ରତିମା ବ୍ୟାଙ୍କ୍‌ରେ କାମ କରୁଥିଲେ। ଉଭୟ ଏକ ବର୍ଷ ପୂର୍ବେ ଫେସବୁକରେ ପରସ୍ପରକୁ ଭେଟିଥିଲେ। ଘଟଣାଦିନ ବାରାଣାସୀ କହି ମହାରାଷ୍ଟ୍ର ଆସିଥିଲେ ଅରୁଣ। ପରେ ହୋଟେଲରୁ ଉଭୟଙ୍କ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri