Posted inଜାତୀୟ

ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ କାଟିଦେବାକୁ ଧମକ ଦେଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ହରିୟାଣାରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବୁଧବାର ଜନ ଆଶୀର୍ବାଦ ରାଲିର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଜନସଭାକୁ ସମ୍ବୋଧିତ କରିଥିଲେ। ସମ୍ବୋଧିତ କରୁଥିବା ସମୟରେ ସେ ହାତରେ ଫାର୍ଶା ଧରି ଠିଆ ହେବା ସହ ଏହା ଶତ୍ରୁଙ୍କ ନାଶ କରେ ବୋଲି ସାଧାରଣ ଜନତାଙ୍କୁ କହିଥିଲେ। ସେହି ସମୟରେ ତାଙ୍କ ପଛରେ ଠିଆ ହୋଇଥିବା ଜଣେ ଭାଜପାର ନେତା ତାଙ୍କୁ ପାରମ୍ପରିକ ଟୋପି ପିନ୍ଧାଇବାକୁ ଉଦ୍ୟମ କରିଥିଲେ। କିନ୍ତୁ ଏହା ମୁଖ୍ୟମନ୍ତ୍ରୀଙ୍କୁ ପସନ୍ଦ ଆସି ନ ଥିଲା। ତାଙ୍କୁ ଟୋପି ପିନ୍ଧାଉଥିବା ସମୟରେ ମୁଖ୍ୟମନ୍ତ୍ରୀ ଉକ୍ତ ନେତାଙ୍କ ଉପରେ ଉତ୍ତକ୍ତ୍ୟ ହୋଇପଡ଼ି ଫାର୍ଶାରେ ବେକ କାଟିଦେବାକୁ ଧମକ ଦେଇଥିଲେ। ଏହାପରେ ଭାଜପା ନେତା ମୁଖ୍ୟମନ୍ତ୍ରୀଙ୍କୁ କ୍ଷମା ମାଗିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ କଂଗ୍ରେସ ମୁଖପାତ୍ର ତଥା ବରିଷ୍ଠ ନେତା ରଣଦୀପ ସୁରଜଓ୍ବୋଲା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିସହ ସେ ମନୋହର ଲାଲଙ୍କୁ ଭର୍ତ୍ସନା କରିବା ସହ କହିଛନ୍ତି, ରାଗ ଓ ଅହଂକାର ସ୍ବାସ୍ଥ୍ୟପକ୍ଷେ ହାନିକାରକ। ଯଦି ନିଜ ନେତାଙ୍କ ବେକ ଫାର୍ଶାରେ କାଟିଦେବାକୁ କହୁଛନ୍ତି ତେବେ ଜନସାଧାରଣଙ୍କ ସହ କ’ଣ କରିବେ ବୋଲି ସୁରଜଓ୍ବୋଲା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ପୂର୍ବରୁ ବହୁଥର ମୁଖ୍ୟମନ୍ତ୍ରୀଙ୍କ ଉତ୍ତ୍ୟକ୍ତ ରୂପ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri