ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ

ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ ଜୁରୁଡ଼ି ଖଣି ଅଞ୍ଚଳରେ ୧୭ଟି ହାତୀ ପ୍ରାୟ ଏକ ମାସ ଧରି ବିଭିନ୍ନ ଖଣି ସଂଲଗ୍ନ ଜଙ୍ଗଲରେ ବୁଲୁଛନ୍ତି। ଜଙ୍ଗଲ ଭିତରକୁ ଯିବା ପାଇଁ ରାସ୍ତା ପାଉ ନ ଥିବାରୁ ହାତୀପଲ ଜୁରୁଡ଼ି ସନ୍ନିକଟ କେଏମସି ଖଣି ଅଞ୍ଚଳ, ଖଣ୍ଡବନ୍ଧ ଖଣି ଅଞ୍ଚଳ, ଜୋରିବାହାଲ ଖଣି ଅଞ୍ଚଳମାନଙ୍କରେ ବିଚରଣ କରୁଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଜଲହରି ବସ୍ତି ଅଞ୍ଚଳରେ ଥିବା ରେଳଧାରଣା ନିକଟରେ ହାତୀପଲ ବିଚରଣ କରୁଥିଲେ। ଏମାନଙ୍କୁ ଘଉଡ଼ାଇବା ପାଇଁ ବନପାଳଙ୍କ ନେତୃତ୍ୱରେ ହାତୀ ସ୍କ୍ବାଡ, ବନରକ୍ଷୀ ନିୟୋଜିତ ହୋଇଥିଲେ। ଗାଁ ଲୋକେ ମଧ୍ୟ ହାତୀ ଭୟରେ ନିଆଁ ଜାଳି ରାତି ଉଜାଗର ରହିଥିବା ମଟକା ମୁଣ୍ଡା, ସୋରେନ ମୁଣ୍ଡା, ଜଟ ମୁଣ୍ଡା ପ୍ରମୁଖ କହିଛନ୍ତି। ତେବେ ବନବିଭାଗ ପକ୍ଷରୁ ହାତୀଙ୍କୁ ସୁରକ୍ଷା ଦେବା ଲାଗି ଖଣିରେ ଥିବା ଉଚ୍ଚ ଶକ୍ତି ସମ୍ପନ୍ନ ଲାଇଟ, ବାରୁଦ ବିସ୍ଫୋରଣ, ଖଣିଜ ପରିବହନକୁ ବନ୍ଦ କରିବା ପାଇଁ ଚିଠି ଦିଆଯାଇଥିବା ବନପାଳ ପିଅନ ନାଏକ କହିଛନ୍ତି। ଏତଦବ୍ୟତୀତ ବନବିଭାଗ ଓ ରେଳବାଇ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇ ହାତୀବୁଲୁଥିବା ରେଳଧାରଣାରେ ରେଳ ଚଳାଚଳକୁ ସୀମିତ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri