ହାତୀ,ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ଭଞ୍ଜନଗର,୧୩।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ବାର୍‌ହା ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଙ୍ଗଲ ନିକଟବର୍ତ୍ତୀ ଚାଷ ଜମିରେ ପଶି ବ୍ୟାପକ ଧାନ ଫସଲ ସହ ଅନ୍ୟାନ୍ୟ ଫସଲ ନଷ୍ଟ କରୁଛନ୍ତି। ଏଥିସହ ହାତୀମାନେ ମଧ୍ୟ ଜଙ୍ଗଲରୁ ଆସି ଫସଲ ନଷ୍ଟ କରୁଛନ୍ତି। ଯାହାକୁ ନେଇ ଚାଷୀମାନେ ଏବେ ଚିନ୍ତାରେ। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ମୁଜାଗଡ଼ ରେଞ୍ଜରେ ୧୦ଟି ହାତୀ ଥିବା ସୂଚନା ମିଳିଛି। ଏଥିସହ ଜଗନ୍ନାଥପ୍ରସାଦ ରେଞ୍ଜରେ ୧୬ଟି ଓ ତାରସିଂ ରେଞ୍ଜରେ ୧୦ଟି ହାତୀ ଥିବା ଜଣାପଡ଼ିଛି। ବାର୍‌ହା ଓ ହାତୀମାନଙ୍କ ଦୌରାତ୍ମ୍ୟ ଦେଖି ବନ ବିଭାଗର ଚିନ୍ତା ବଢ଼ିଯାଇଛି। ଉତ୍ତ୍ୟକ୍ତ ଲୋକେ କାଳେ ବନ୍ୟପ୍ରାଣୀକୁ ଆକ୍ରମଣ କରିପାରନ୍ତି। ତେଣୁ ବନ ବିଭାଗ ପକ୍ଷରୁ ସେମାନଙ୍କ ସୁରକ୍ଷା ନେଇ ଲୋକଙ୍କୁ ସଚେତନତା କରାଯାଉଛି। ଏଥିସହ ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ବିଗତ କିଛିଦିନ ହେବ ହାତୀ ଓ ବାର୍‌ହା ଗେରେଡ଼ା, ଲଙ୍ଗଳଖୋଳା, ବିରିପଦର ପ୍ରମୁଖ ଗ୍ରାମରେ ଫସଲ ନଷ୍ଟ କରିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ଅପରପକ୍ଷେ ଗତ ସପ୍ତାହରେ ଜଗନ୍ନାଥପ୍ରସାଦ ରେଞ୍ଜ ଲଣ୍ଡେଇହିଲ୍‌, ଗୁଣ୍ଡିରିବାଡ଼ି ଓ ତେନ୍ତୁଳିଆ ଅଞ୍ଚଳରେ ବାଘ ଆତଙ୍କ ନେଇ ଯେଉଁ ପ୍ରଚାର ହେଉଥିଲା ତାହା ମଙ୍ଗଳବାର ସୁଦ୍ଧା ପ୍ରମାଣିତ ହୋଇପାରିନାହିଁ। ଲୋକଙ୍କ ସନ୍ଦେହ ଦୂର କରିବା ପାଇଁ ବନ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳରେ ଟ୍ରାପ୍‌ କ୍ୟାମେରା ଲଗାଯାଇଛି। ରେଞ୍ଜର ଉମାକାନ୍ତ ଦାସଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀ ପଇଁତରା ମାରୁଛନ୍ତି। କିନ୍ତୁ ଟ୍ରାପ୍‌ କ୍ୟାମେରାରେ ବାଘ କିମ୍ବା ଅନ୍ୟ କୌଣସି ବନ୍ୟପ୍ରାଣୀର ଚିତ୍ର ଆସୁନାହିଁ। ତେଣୁ ଉକ୍ତ ଅଞ୍ଚଳରେ ବାଘ ଥିବା ନେଇ ଲୋକେ ଯେଉଁ ଅଭିଯୋଗ କରୁଥିଲେ, ସେ ନେଇ ଏବେ ବନ ବିଭାଗର ସନ୍ଦେହ ବଢ଼ିଛି। ବିଗତ ଦିନରେ ଉକ୍ତ ଅଞ୍ଚଳର କିଛି ଛେଳିକୁ କୌଣସି ପ୍ରାଣୀ ମାରି ଖାଇ ଦେଇଥିଲା। ବର୍ତ୍ତମାନ ବାଘର କୌଣସି ଚିହ୍ନାବର୍ଣ୍ଣ ମିଳୁ ନ ଥିବା ଯୋଗୁ ଏହା ବଣୁଆ କୁକୁରମାନଙ୍କ କାମ ହୋଇଥାଇପାରେ ବୋଲି ବନ ବିଭାଗ ସନ୍ଦେହ କରୁଛି। ଏନେଇ ଏସିଏଫ୍‌ ସୁଦର୍ଶନ ବାଦୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ଟ୍ରାପ୍‌ କ୍ୟାମେରା ଲାଗିଥିବା ଅଞ୍ଚଳରେ କର୍ମଚାରୀମାନେ ୨୪ ଘଣ୍ଟିଆ ପାଟ୍ରୋଲିଂ କରୁଛନ୍ତି। ବନ୍ୟପ୍ରାଣୀ ଏବଂ ଲୋକଙ୍କ ଯେଭଳି କୌଣସି କ୍ଷତି ନ ହେବ ସେଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବନ୍ୟପ୍ରାଣୀଙ୍କ ଦ୍ୱାରା ଫସଲ କ୍ଷତି ହେଉଥିବା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବା ବ୍ୟବସ୍ଥା କରାଯାଉଛି। କ୍ଷତିଗ୍ରସ୍ତ ଚାଷୀ ଆବେଦନ କଲେ ନିର୍ଦ୍ଧାରିତ ସମୟରେ ସେମାନଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?