ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା ପାଇଁ ଚାଷୀ ଲାଛେୟା ଏବଂ ନୂଆ ସାହିର କେ. ଅରକ୍ଷିତ ପାତ୍ର ଯାଇଥିଲେ। ସେ ଦୁହେଁ ଧାନ ଖଳାରେ ଶୋଇଥିଲେ। ଶବ୍ଦ ଶୁଣି ଉଭୟେ ନିଦରୁ ଉଠିଥିଲେ। ଖଳା ଭିତରକୁ ଷଣ୍ଢ ଆସି ଅମଳ ଧାନ ଖାଉଥିବା ଆଶଙ୍କା କରି ଟର୍ଚ୍ଚ ଲାଇଟ ଓ କଣ୍ଟି ବାଡି ଧରି ଘଉଡ଼ାଇବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଥିଲେ। ଲାଛେୟାଙ୍କୁ ହାତୀ ଶୁଣ୍ଢରେ ଟେକି ଛେଚି ଦେବାରୁ ଘଟଣାସ୍ଥଳରେ ସେ ଅଚେତ ହୋଇ ପଡ଼ିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବନବିଭାଗ ରେଞ୍ଜର ପ୍ରମୋଦ କୁମାର ଖଡଗରାୟ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସବିଶେଷ ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସଦଳବଳେ ପହଞ୍ଚି ମୃତଦେହ ଜବତ କରିବାସହ ୟୁ.ଡି କେଶ ନଂ ୨/୨୦ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି। ଗତ ୪ ଦିନ ହେଲା ଚାଂଗୁଡି ଦେଇ ସଂରକ୍ଷିତ ଜଙ୍ଗଲରୁ ହାତୀ ଖାଦ୍ୟ ଅନେୱଷଣରେ ଆଖପାଖ ଜନବସତିକୁ ମାଡି ଆସୁଛନ୍ତି। ଶନିବାର ନନ୍ଦ ଗାଁରେ ହାତୀ ବହୁ ସଂଖ୍ୟକ ଚାଷୀଙ୍କ ଖଳାରେ ପଶି ଅମଳ ଧାନ ଖାଇଦେବା ସହ ଧାନ ନଷ୍ଟ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri