ହାତୀ ଆକ୍ରମଣରେ ଜଣେ ମୃତ: ଉତ୍ତେଜନା, ବନ ବିଭାଗ ଗାଡ଼ି ଭଙ୍ଗାରୁଜା

ବନ୍ତଳା, ୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ତଳଗଡ଼ ନୂଆଁଭୂଇଁ ସାହିର କାଳିଆ ବେହେରା (୩୦)ଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ସୁମିତ୍ରା ପାହାଡ ତଳେ ଥିବା ମିରିଗେଇ ଜଙ୍ଗଲକୁ ସକାଳେ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ ଦନ୍ତା ହାବୁଡରେ ପଡିଯାଇଥିଲେ।  ଖବର ଜଣାପଡିବା ପରେ ସ୍ଥାନୀୟ ଗ୍ରାମବାସୀ ସେଠାରେ ପହଞ୍ଚିବା ସହ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ବନ୍ତଳା ରେଞ୍ଜର ବିନ୍ଦୁ ପ୍ରସାଦ ପ୍ରଧାନ, ଦୁଇ ଜଣ ଫରେଷ୍ଟର, ଗାର୍ଡ, ଓ୍ବାଚରଙ୍କ ସହିତ ବନ୍ତଳା ଥାନା ଏଏସଆଇ ଏସ ବି ଥେମେରିଆ ଓ ପୋଲିସ କର୍ମଚାରୀ ପହଞ୍ଚିଥିଲେ। ସେଠାରେ ଉତ୍ତ୍ୟକ୍ତ ଲୋକେ ବଚସା କରିବା ସହ ବନ ଓ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା, ବନ ବିଭାଗର ଦୁଇଟି ଗାଡ଼ି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଅନୁଗୋଳରୁ ପୋଲିସ ଫୋର୍ସ ପହଞ୍ଚି ମୃତଦେହ ଜବତ କରିବା ସହ ରେଞ୍ଜର ଓ ପୋଲିସ ଅଧତ୍କାରୀଙ୍କୁ ଉଦ୍ଧାର କରିଥିଲେ।  ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ସମସ୍ତ ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri