ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କଣ୍ଟାବାଞ୍ଜି,୨୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜ ଅଧିନ ପଖନମୁଣ୍ଡା ଗାଁରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଗତରାମ ବଗର୍ତ୍ତୀଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ଗାଁର ଲଛମନ ମାଝି(୫୫)। ସେ ଶୌଚ କରି ଘରକୁ ଫେରିବା ବେଳେ ଗାଁ ନିକଟ ସଂରକ୍ଷିତ ଜଙ୍ଗଲରୁ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଏହାର କିଛି ସମୟ ପରେ ସେହି ଗାଁର ଜଗତରାମଙ୍କୁ ତାଙ୍କ ଘର ସାମ୍ନାରେ ପରିସ୍ରା କରିବା ବେଳେ ଅନ୍ୟ ଏକ ହାତୀ ଆକ୍ରମଣ କରିଥିଲା। ଏଥିରେ ସେ ଗୁରୁତର ହୋଇଛନ୍ତି। ଖବର ପାଇ କଣ୍ଟାବାଞ୍ଜି ରେଞ୍ଜ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଅଧିକ ଅନୁସନ୍ଧାନ କରିଥିଲେ। ଶନିବାର ସକାଳୁ ଲଛମନଙ୍କ ମୃତଦେହ କଣ୍ଟାବାଞ୍ଜି ଡାକ୍ତରଖାନାରେ ବ୍ୟବଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri