ହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର

ଛେଣ୍ତିପଦା, ୨।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ପାଟ୍ଟକୁମୁଣ୍ତା ଗ୍ରାମରେ ପୁଣି ହାତୀ ଆକ୍ରମଣରେ ବୁଧବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଉଛନ୍ତି ପାଟ୍ଟକୁମୁଣ୍ତା ଗ୍ରାମର ଝାରୁ ବେହେରା। ବନବିଭାଗ କହିବା ଅନୁଯାୟୀ ପାଟକ ମୁଣ୍ଡା ଗ୍ରାମର ଝାରୁ ଘର ନିକଟସ୍ଥ ପୋଖରୀରୁ ଶୌଚ ହୋଇ ଘରକୁ ଫେରୁଥିବାବେଳେ ପୋଖରୀ ହୁଡା ନିକଟରେ ଦନ୍ତା ହାତୀ ସହିତ ମୁହାଁମୁହିଁ ହୋଇଯାଇଥିଲେ। ଫଳରେ ହାତୀଟି ଝାରୁଙ୍କୁ ଶୁଣ୍ଢରେ ଟେକି ଫୋପାଡି ଦେଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ୧୦୮ ଆମ୍ବୁଲାନସରେ ଛେଣ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହାତୀ ଆକ୍ରମଣରେ ଯୋଗୁ ଝାରୁଙ୍କର ଛାତି, ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି। ଅବସ୍ଥା ଗୁରୁତର ଥିବାରୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ଥାନାନ୍ତରିତ କରାଯାଇଛି । ଖବରପାଇ ଛେଣ୍ତିପଦା ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଡଙ୍ଗାପାଳ ଜଙ୍ଗଲକୁ ଘଉଡ଼ାଇ ଦେଇଥିଲେ। ଛେଣ୍ଡିପଦା ବନବିଭାଗ ଫରେଷ୍ଟର କଳାକାର ପ୍ରଧାନ ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri