ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି। ବୃଦ୍ଧା ଜଣକ ହେଲେ କଣଲୋଇ ଗ୍ରାମର ଦୁର୍ଯ୍ୟୋଧନ ମାଝୀଙ୍କ ସ୍ତ୍ରୀ ଖେଡ଼ି ମାଝୀ (୬୮)। ବନବିଭାଗ ସୂତ୍ରରୁ ପ୍ରକାଶ, ସୋମବାର ସକାଳେ କଣଲୋଇ ସଂରକ୍ଷିତ ଜଙ୍ଗଲ କମ୍ପାଣ୍ଟମେଣ୍ଟ ୭ ନିକଟସ୍ଥ ତାଳତଇଳା ନିକଟରେ ଥିବା କାଜୁ ବଗିଚାକୁ କଣଲୋଇ ଗ୍ରାମର ଖେଡ଼ି ମାଝୀ ଓ ତାଙ୍କ ବୋହୂ କାଜୁ ତୋଳିବା ପାଇଁ ଯାଇଥିଲେ। କାଜୁ ତୋଳୁଥିବାବେଳେ ଏକ ଦନ୍ତାହାତୀ ସହିତ ମୁହାଁମୁହିଁ ହୋଇଯାଇଥିଲେ। କୌଶଳ କ୍ରମେ ବୋହୂ ପଳାଇ ଆସିଥିବାବେଳେ ଖେଡ଼ିଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରି ଦେଇଥିଲା ହାତୀ। କ୍ଷତିପୂରଣ ଦାବି ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ଲେଖାହେଲା ବେଳକୁ ବନବିଭାଗ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାଶୁଝା କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri