ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ) ଗୋଟେଇବାକୁ ଯାଇ ଦନ୍ତାହାତୀ ଆକ୍ରମଣ ଶିକାର ହୋଇଛନ୍ତି । ସେ ହେଲେ ଗ୍ରାମର ସପୁରୀ ବାରିକ (୭୨) । ସବୁ ଦିନ ପରି ସପୁରୀ ଟୋଳ ଗୋଟାଇବାକୁ ଯାଇଥିଲେ। ବୃଦ୍ଧା ଜଣକ ମହୁଲ ଗଛରୁ ଟୋଳ ସଂଗ୍ରହ କରୁଥିବା ବେଳେ ହଠାତ ହାତୀ ଆକ୍ରମଣ କରିଥିଲା। ଆକ୍ରମଣରେ ବୃଦ୍ଧାଙ୍କ ଡାହାଣ ଗୋଡ, ଜଙ୍ଘ ମାଂସ ଖଣ୍ଡ ବିଖଣ୍ଡିତ ହୋଇଯାଇଛି । ମୁଣ୍ଡ, କାନରେ ମଧ୍ୟ ଗଭିର ଆଘାତ ହୋଇଛି । କୌଣସି ସୂତ୍ରରୁ ତେର୍ଲୋ ଗ୍ରାମର ଲୋକେ ଖବର ପାଇ ନର୍ଲା ବନ ବିଭାଗ ରେଞ୍ଜରଙ୍କୁ ଜଣାଇଥିଲେ । ପରେ ଘଟଣାସ୍ଥଳରେ ନର୍ଲା ରେଞ୍ଜର ନୃତ୍ୟରାଜ ମାଝି, ଫରେଷ୍ଟର ମଧୁକର ପୁଟେଲ, କମର୍ଦ୍ଧା ବନପାଳ ନବୀନ କୁମାର ମାଝି, ବନରକ୍ଷୀ ମାନସ ସାହୁ ପ୍ରମୁଖ ପହଞ୍ଚତ୍ ବୃଦ୍ଧାଙ୍କୁ ଉଦ୍ଧାର କରି ନର୍ଲା ସରକାରୀ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା । ବୃଦ୍ଧାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ନର୍ଲାରେ ପ୍ରାଥମିକ ଚିକିତ୍ସା କରି ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଏ ନେଇ ନର୍ଲା ବନବିଭାଗ ରେଞ୍ଜର ନୃତ୍ୟରାଜ ମାଝିଙ୍କୁ ପଚାରିବାରୁ ଉକ୍ତ ବୃଦ୍ଧାର ସମସ୍ତ ଖର୍ଚ୍ଚ ସହିତ ଅନୁକମ୍ପା ରାଶି ଦିଆଯିବ ବୋଲି ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?