ହାତୀ ଆକ୍ରମଣରେ ମାମୁ, ଭାଣିଜୀ ଗୁରୁତର

ପରଜଙ୍ଗ,୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ଯୋଗୀ ସାହିରେ ବୁଧବାର ଭୋର୍‌ରୁ ଏକ ଦନ୍ତାହାତୀ ପଶିଥିଲା। ସେହି ସମୟରେ ଗ୍ରାମର ଗନ୍ଧର୍ବ ନାଥଙ୍କ ପରିବାର ଲୋକେ ଘର ପାଖ ଖଳାରେ ମେଶିନ ସାହାଯ୍ୟରେ ଧାନ ବେଙ୍ଗଳା କରୁଥିଲେ। ହାତୀଟି ହଠାତ୍‌ ଖଳା ପାଖରେ ପହଞ୍ଚି ଗନ୍ଧର୍ବଙ୍କ ପୁଅ ଟୁନା (୨୧), ନାତୁଣୀ ମମାଲି ନାଥ (୧୨)ଙ୍କୁ ଶୁଣ୍ଢରେ ଟେକି ଫିଙ୍ଗି ଦେଇଥିଲା। ଫଳରେ ଉଭୟେ ଗୁରୁତର ହୋଇଛନ୍ତି। ତେବେ ସେଠାରେ ଉପସ୍ଥିତ ଥିବା ଗନ୍ଧର୍ବଙ୍କ ସ୍ତ୍ରୀ ବିଜୁଳି, ଝିଅ ବବିତା, ୩ ଜ୍ୱାଇଁ ଯୁଧିଷ୍ଠିର, ଅଶ୍ୱିନୀ, ହରିହର ହାତୀ ଦେଖି ଜୀବନ ବିକଳରେ ଦୌଡ଼ି ପଳାଇଥିଲେ। ପରେ ସେମାନଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟୁନା ଏବଂ ମାମାଲିଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ଉକ୍ତ ଦନ୍ତାହାତୀ ପରଜଙ୍ଗ ଅଞ୍ଚଳରେ ଚଳପ୍ରଚଳ କରୁଛି ଏବଂ କ୍ଷେତରୁ ଧାନ ସରିଆସିଥିବାରୁ ବର୍ତ୍ତମାନ ଉକ୍ତ ଦନ୍ତା ଜନବସତି ମୁହାଁ ହୋଇ ଘର ଭାଙ୍ଗିବା ସହ ଧନ ଜୀବନ ନଷ୍ଟ କରୁଛି। ତେବେ ବନ ବିଭାଗ କର୍ମଚାରୀଙ୍କୁ ରାତିରେ ଜଣାଇବା ପରେ ସେଠାରେ ପହଞ୍ଚି ଦନ୍ତାକୁ ଘଉଡ଼ାଇଥିଲେ। ଡାକ୍ତରଖାନାରେ ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଫରେଷ୍ଟର ଶଶିରେଖା ଦିୱାନୀ ପହଞ୍ଚି ଆହତଙ୍କୁ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ଚିକତ୍ସା ପାଇଁ ପ୍ରଦାନ କରିଛନ୍ତି। ଚିକତ୍ସାରେ ଅଧିକ ଖର୍ଚ୍ଚ ହେଲେ ତାହାର ବିଲ୍‌ ପ୍ରଦାନ କଲେ ଅଧିକ କ୍ଷତିପୂରଣ ଦିଆଯିବ ବୋଲି ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri