ହାତୀ ଆକ୍ରମଣ: ଦୁଇ ଚାଷୀ ଗୁରୁତର

ପରଜଙ୍ଗ,୧୨।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ କୁନ୍ଦନଦେଇପୁର ଗ୍ରାମ ନିକଟ ବେରେଣାରେ ଗୁରୁବାର ସକାଳେ କ୍ଷେତରୁ ଧାନ କାଟୁଥିବା ବେଳେ ଦନ୍ତା ଆକ୍ରମଣରେ ଗ୍ରାମର ଦୁଇଜଣ ଚାଷୀ ଶ୍ରୀପତି ନାଏକ (୬୦) ଓ ଅନ୍ତର୍ଯ୍ୟାମୀ ଆଚାର୍ଯ୍ୟ (୫୫) ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଡାକ୍ତରଖାନାରେ ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଡିହଡୋଳ ଫରେଷ୍ଟର ରାମଚନ୍ଦ୍ର ରାଉତ ପ୍ରମୁଖ ପହଞ୍ଚି ଉଭୟ ପରିବାରକୁ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି । ବର୍ତ୍ତମାନ ଉକ୍ତ ଅଞ୍ଚଳରେ ୫୦ରୁ ଊଦ୍ଧର୍‌ବ ହାତୀ ଚଳପ୍ରଚଳ କରୁଛନ୍ତି। ତେଣୁ ଚାଷୀମାନେ କ୍ଷେତରୁ ଧାନ କାଟି କେମିତି ଘରକୁ ଆଣିବେ ସେ ନେଇ ଚିନ୍ତାରେ ପଡ଼ିଯାଇଛନ୍ତି । ବନ କର୍ମଚାରୀ ଉକ୍ତ ଅଞ୍ଚଳକୁ ରାତିରେ ଯାଉଥିବା ବେଳେ ଭୋର୍‌ ସମୟରେ ପଳାଇ ଆସୁଛନ୍ତି। ତେବେ କୁହୁଡି ଯୋଗୁ ହାତୀପଲ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚଳପ୍ରଚଳ କରୁଛନ୍ତି। ଏଥିପ୍ରତି ଦୃଷ୍ଟି ଦେବାକୁ ପୂର୍ବତନ ସରପଞ୍ଚ ନିର୍ମଳ ବାରିକଙ୍କ ସମେତ ଗ୍ରାମବାସୀ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri