ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର ରାତିରେ ପୁଣିଥରେ ହାତୀପଲ ସୀମାନ୍ତ ବହଲପଦର ଗାଁ ସମୀପ ଖେତରେ ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ଜଙ୍ଗଲକୁ ଲାଗି ରହିଥିବା ଉକ୍ତ ଅଞ୍ଚଳରେ ପ୍ରତ୍ୟହ ହାତୀ ଉପଦ୍ରବ ଲାଗି ରହୁଛି । ଶୁକ୍ରବାର ରାତିରେ ପ୍ରାୟ ୧୦ରୁ ୧୫ଟି ହାତୀ ବହଲପଦର ଅଞ୍ଚଳକୁ ଆସି ରୁଆ ଓ ବିହୁଡା ହୋଇଥିବା ଧାନ ଫସଲକୁ ଦଳିଚକଟି ନଷ୍ଟ କରିଛନ୍ତି। ଗ୍ରାମର ହର ସାହୁ, ଆର୍ତ୍ତତ୍ତ୍ରାଣ ସାହୁ ଓ ପଦ୍ମାବତୀ ସାହୁଙ୍କ ୫ଏକର ଲେଖାଏଁ ଏବଂ ଶାନ୍ତିଲତା ଭୋଇ, ଅଶୋକ ଭୋଇ, ପଞ୍ଚାନନ ଭୋଇ, ଦୂତ ଭୋଇ ଓ ଗୋବିନ୍ଦ ଭୋଇ, ବଂଶୀ ସାହୁଙ୍କ ପ୍ରତ୍ୟେକ ୧ ଏକର ଲେଖାଏଁ ଧାନ ଚାଷ ନଷ୍ଟ କରିଛନ୍ତି। ଚଳିତ ବର୍ଷ ବିଳମ୍ବ ବର୍ଷା ଓ ସ୍ବଳ୍ପ ବୃଷ୍ଟି ଯୋଗୁଁ ଚାଷ କାମ ବିଳମ୍ବ ହୋଇଛି। ଏପରିକି ବର୍ଷା ହଠାତ ଛାଡି ଯିବାରୁ ରୁଆ ଓ ବିହୁଡା ମଧ୍ୟ ହୋଇପାରି ନଥିଲା। ମାତ୍ର ଏଇ କିଛି ଦିନ ପୂର୍ବରୁ ବର୍ଷା ହେବା ଯୋଗୁଁ ଚାଷୀ ତତ୍ପରତା ପ୍ରକାଶ କରି ରୁଆ ବିହୁଡା କରିଥିଲା। ଏବେ ହାତୀପଲ ଧାନ ଚାଷ ନଷ୍ଟ କରିବା ଯୋଗୁଁ ଚାଷୀ ପୁଣି ହତାସ ହୋଇ ପଡିଛି । ବନ ବିଭାଗ ହାତୀ ଘଉଡାଇବା ସହିତ ଯଥାଶୀଘ୍ର କ୍ଷୟକ୍ଷତିର ଆକଳନ କରି କ୍ଷତିପୂରଣ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି। ଏନେଇ ହାତୀଲିମୁଣ୍ଡା ସେକ୍ସନ୍‌ ବହଲପଦର ବିଟ୍‌ର ବନରକ୍ଷୀ ରାମଶଙ୍କର ମେହେରଙ୍କୁ ପଚାରିବାରୁ ସେ ହାତୀ କ୍ଷୟ କରିଥିବା ଚାଷ ଜମିକୁ ଯାଇ କ୍ଷୟକ୍ଷତିର ଆକଳନ କରିଥିବା କହିଛନ୍ତି । ଯଥାଶୀଘ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିିଆଯିବ ବୋଲି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri