ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା ବେଳେ ନିଆଁ ଏକ ଘର ଉପରେ ପଡିଯାଇଥିଲା। ଘରଟି ସମ୍ପୂର୍ଣ୍ଣ ଜଳିଯିବାରୁ ତା’ ଭିତରେ ବନ୍ଧା ହୋଇଥିବା ୪ ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।
ଶୁକ୍ରବାର ରାତିରେ ଶିମିଳିପାଳର ୧୩ଟି ହାତୀ ରଙ୍ଗାମାଟିଆ ଜଙ୍ଗଲରୁ ଯାଇ କୁମୁଚିଆ ଗାଁରେ ବ୍ୟାପକ କ୍ଷତି ଘଟାଇଛନ୍ତି। କୁମୁଚିଆ ଜଙ୍ଗଲ ନିକଟରେ କେତେକ ଆଦିବାସୀ ଲୋକ ଗୃହ ନିର୍ମାଣ କରି ରହିଥିଲେ। ରାତିରେ ହାତୀଗୁଡ଼ିକ ଏହି ଘର ନିକଟକୁ ଯାଇ କିଛି ସମୟ ରହିଥିଲେ। ତେଣୁ ଗ୍ରାମବାସୀ ଓ ବନକର୍ମଚାରୀ ହାତୀ ଘଉଡ଼ାଇବା ପାଇଁ କିଛି ବାଣ ବ୍ୟବହାର କରିଥିଲେ। ଏହି ବାଣ ନିଆଁ ଜଗ ସିଂଙ୍କ ଘର ଉପରେ ପଡିଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ଘରେ କେହି ରହୁ ନ ଥିବାବେଳେ ୪ଟି ଗାଈ ବନ୍ଧା ହୋଇଥିବାରୁ ସେଗୁଡ଼ିକ ପୋଡି ପାଉଁଶ ହୋଇଯାଇଛନ୍ତି ବୋଲି ଜଗା ସିଂ ପ୍ରକାଶ କରିଛି।
ଏ ସମ୍ପର୍କରେ ରେଞ୍ଜର ସରୋଜ ମହାନ୍ତିଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ହାତୀ ଘଉଡ଼ାଇବା ବେଳେ କେତେକ ଗ୍ରାମବାସୀ ଓ ବନକର୍ମଚାରୀ ଘଟଣାସ୍ଥଳର ଅଳ୍ପ ଦୂରରେ ଥଣ୍ଡା ଯୋଗୁ ନିଆଁ ପୋଉଥିଲେ। ମଧ୍ୟରାତ୍ରିରେ ବନକର୍ମଚାରୀମାନେ ଫେରି ଆସିଥିବା ବେଳେ ଭୋର ସମୟରେ ଜଗା ସିଂଙ୍କ ଘରେ ନିଆଁ ଲାଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri