କୁଆମରା ,୧୭ା୧(ଡି.ଏନ୍.ଏ.)- ହାତୀ ପାଇଁ ୧୫ ଦିନ ହେଲା ରାତି ସାରା ବିଦ୍ୟୁତ୍କାଟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ପ୍ରଶାସନ ପଦକ୍ଷେପ ଗ୍ରହଣ ନ କଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଲୋକେ ଚେତାବନୀ ଦେଇଛନ୍ତି। ଗତ ୨ତାରିଖରୁ ଗୋଠଛଡା ଦନ୍ତାଟି ପ୍ରଥମେ ବଡସାହି ବ୍ଲକ ପଟିସାରୀ ପଞ୍ଚାୟତର ନୂଆସାହି, ବାଲି ଚିଲିମା ଓ କାହ୍ନୁପୁରା ଜଙ୍ଗଲରେ ୬ ଦିନ ରହିଥିଲା। ଗ୍ରାମ ଲୋକଙ୍କ ସହାୟତାରେ ବନବିଭାଗ ହାତୀଟିକୁ ଘଉଡାଇ ଦେଇଥିଲା। ହାତୀଟି ପୁଣି ବଡସାହି ସ୍ଥିତ ସୁହାଗପୁରା ସଂରକ୍ଷିତ ଜଙ୍ଗଲରେ ରହିବା ସହ ରାତିରେ ବିଚରଣ କରୁଛି। ହାତୀକୁ ସୁରକ୍ଷା ଦେବାକୁ ଯାଇ ୨ ତାରିଖଠାରୁ ପ୍ରତ୍ୟହ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ୧୨ ଘଣ୍ଟା ଧରି ବିଦ୍ୟୁତ୍ କାଟ କରାଯାଉଛି। ଏନେଇ ଲୋକେ ଅତିଷ୍ଠ ହୋଇପଡିଲେଣି। ବିଦ୍ୟୁତ୍ କାଟ ଯୋଗୁ ଛାତ୍ରୀଛାତ୍ରମାନଙ୍କର ପାଠପଢାରେ ନାନା ଅସୁବିଧା ସୃଷ୍ଟିହେବା ସହ ଡାକ୍ତରଖାନାରେ ରୋଗୀ ସେବା ମଧ୍ୟ ବ୍ୟାହତ ହେଉଛି। ଏହି ସୁଯୋଗରେ ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ତେବେ ବନ ବିଭାଗ କର୍ମଚାରୀମାନେ ହାତୀ ଘଉଡାଇବା ପାଇଁ ଦୀର୍ଘ ଦିନ ଧରି କୌଣସି ପଦକ୍ଷେପ ନେଉ ନ ଥିବାରୁ ବାଧ୍ୟ ହୋଇ ବିଦ୍ୟୁତ୍କାଟ କରାଯାଉଥିବା ବିଦ୍ୟୁତ୍ ବିଭାଗର ଜଣେ ଅଧିକାରୀ କହିଛନ୍ତି। ତେବେ ଏ ଦିଗରେ କୌଣସି ପଦକ୍ଷେପ ନ ନେଲେ ପୁରୁଣା ବାରିପଦା ଷ୍ଟ୍ରକଚର ଅଧୀନରେ ଥିବା ପୁରୁଣାବାରିପଦା, କୁଆମରା, ଆରପଟା, ସାଇଁକୁଳା, ବରଡିହି ପ୍ରଭୃତି ପଞ୍ଚାୟତର ଜନ ସାଧାରଣ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…
ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

