ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ ହିଁ ହାତୀଙ୍କ ପାଇଁ ଏବେ ବିପଦ ସାଜିଛି। ଏହା ମଧ୍ୟ ବେଆଇନ ଅଟେ। ବନ୍ୟପ୍ରାଣୀ(ସଂରକ୍ଷଣ) ଆଇନ ୧୯୭୨ ଅନୁଯାୟୀ ନିଷ୍ଠୁର ଓ କ୍ଷତିକାରକ ଭାବେ ହାତୀ ଘଉଡ଼ାଇବା ଅପରାଧ ଅଟେ। ଏଭଳି ନ କରିବା ପାଇଁ ସୁପ୍ରିମକୋର୍ଟ ମଧ୍ୟ ୨୦୧୮ ଅଗଷ୍ଟ ୧ରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେଣୁ ଯଥାଶଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ଓ୍ବାଇଲ୍ଡଲାଇଫ୍‌ ସୋସାଇଟି ଅଫ୍‌ ଓଡ଼ିଶା(ଡବ୍ଲ୍ୟୁଏସ୍‌ଓ) ଦାବି କରିଛି। ଏ ନେଇ ଡବ୍ଲ୍ୟୁଏସ୍‌ଓ ପକ୍ଷରୁ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କୁ ଚିଠି ଲେଖାଯାଇଛି।
ଏ ସମ୍ପର୍କରେ ଡବ୍ଲ୍ୟୁଏସ୍‌ଓ ଅଧ୍ୟକ୍ଷ ବିଶ୍ୱଜିତ ମହାନ୍ତି କୁହନ୍ତି, ଗତବର୍ଷ ତାଳଚେର ବନାଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ଅଭିଯୋଗ ପରେ ଅନୁଗୋଳ ଡିଭିଜନ୍‌ରେ ଏଭଳି କାର୍ଯ୍ୟକୁ ବନ୍ଦ କରିବା ପାଇଁ ଅନୁଗୋଳ ବନଖଣ୍ଡ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କିଛିଦିନର ବନ୍ଦ ପରେ ଏବେ ପୁଣି ସମାନ ପରିସ୍ଥିତି ଦେଖାଯାଇଛି। ଗତ ୭/୮ଦିନ ହେବ ତାଳଚେର ବନାଞ୍ଚଳ ଅଧୀନ ସନ୍ଥପଡ଼ା ଓ ଦାସନଳୀ ଜାଗାରେ ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ରକେଟ୍‌ ବାଣ ଫୁଟାଉଛନ୍ତି। ରକେଟ ପକାଇଲେ ହାତୀ ପ୍ରତି ବିପଦ ରହିଛି। ସେମାନେ ଭୟଭୀତ ହୋଇ ଏଣେତେଣେ ବୁଲୁଛନ୍ତି। ତେଶୁ ହାତୀ ବିଲରେ ଫସଲ ଖାଇବାବେଳେ ବାଜା କିମ୍ବା ଅନ୍ୟାନ୍ୟ ବାଦ୍ୟ ଯନ୍ତ୍ର ବଜାଇ ଓ ଲାଇଟ୍‌ ପକାଇ ଘଉଡ଼ାଇବା ଉଚିତ ବୋଲି ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri