ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ

ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗୁରୁବାର ରାଉରକେଲାରୁ ଆରସିସିଏଫ (ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ) ଭଞ୍ଜ କିଶୋର ସ୍ବାଇଁ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଏହି ସମୟରେ କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ,ଚମ୍ପୁଆ ରେଞ୍ଜର ଘାସିନାଥ ପାତ୍ର, ବାମେବାରୀ ବନପାଳ ଯତୀନ୍ଦ୍ର କୁମାର ସାହୁଙ୍କ ସମେତ ଅନ୍ୟ ବନ କର୍ମଚାରୀମାନେ ଉପସ୍ଥିତ ଥିଲେ।
ସୂଚନାଥାଉ କି, ଗତ ସୋମବାର ଉକ୍ତ ଜଙ୍ଗଲରେ ଏକ ହାତୀ ମୃତଦେହର କିଛି ଅଂଶ ବିଶେଷ ପଡିଥିବା ଦେଖିବାକୁ ମିଳିଥିଲା ା ପରେ ଝୁମ୍ପୁରା ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ କରାଯାଇ ହାତୀର ହାଡ଼ ଓ ଚମଡାକୁ ପରୀକ୍ଷା ପାଇଁ ଡେରାଡୁନ୍‌ ଡବ୍ଲ୍ୟୁଆଇଆଇକୁ ପଠାଯାଇଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କେଉଁ କାରଣରୁ ହାତୀଟିର ମୃତ୍ୟୁ ହେଲା ତାହା ଜଣାପଡିବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ବନ ବିଭାଗ ପକ୍ଷରୁ ଏକ ଅପମୃତ୍ୟୁ ମାମଲା (ନଂ.୨/୨୦) ରୁଜୁ କରାଯାଇଛି। କେନ୍ଦୁଝର ଡିଏଫଓ ଏହି ଘଟଣା ନେଇ ବୁଧବାର ଚମ୍ପୁଆ ରେଞ୍ଜର ଓ ବାମେବାରୀ ବନପାଳଙ୍କ ସମେତ ଜଣେ ବନ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ଏପ୍ରିଲ ୧୪ ତାରିଖରେ ସ୍ଥାନୀୟ ଲୋକେ ହାତୀ ମୃତ୍ୟୁ ସମ୍ପର୍କରେ ଜାଣି ପାରିଥିବା ବେଳେ ବନପାଳ ଏବଂ କର୍ମଚାରୀମାନେ କିପରି ଜାଣି ପାରିଲେ ନାହିଁ ସେ ସମ୍ପର୍କରେ ଆରସିସିଏଫ ଓ କେନ୍ଦୁଝର ଡିଏଫଓ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri