ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୪।୭(ଡି.ଏନ୍‌.ଏ.) : ହିନ୍ଦୋଳ ବନାଞ୍ଚଳ ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ୨ମାସ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ହାତୀ ଛୁଆର ମୃତ୍ୟୁ କିପରି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।
ଅଞ୍ଚଳବାସୀଙ୍କ କହିବା କଥା, ଜରଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ ମାସେ ହେଲା ଏକ ପଲରେ ୧୫ଟି ହାତୀ ଉତ୍ପାତ ସୃଷ୍ଟି କରି ଚାଲିଛନ୍ତି। ସପ୍ତାହେ ହେଲେ ଉକ୍ତ ହାତୀପଲ ବାଲିକିଆରୀ ଅଞ୍ଚଳରେ ଘରଦ୍ୱାର ନଷ୍ଟ କରିବା ସହ ଧାନଚାଉଳ ଖାଇଯାଉଛନ୍ତି। ବାଡ଼ି ବଗିଚାରେ ପଶି ଫସଲ କ୍ଷତି କରୁଛନ୍ତି। ଉକ୍ତ ହାତୀ ପଲରେ ୩ ଶାବକ ଥିଲେ। ସେଥିରୁ ଗୋଟିଏ ହେଉଛି ଉକ୍ତ ମୃତ ଶାବକ। ଦୁଇଦିନ ତଳେ ମା’ହାତୀଠାରୁ ହାତୀ ଛୁଆ ଖାଦ୍ୟ ଖାଉଥିବା ଗ୍ରାମବାସୀ ଦେଖିଥିଲେ। ହଠାତ୍‌ ଶାବକର ମୃତ୍ୟୁ କିପରି ହେଲା ତାହା ସନ୍ଦେହ ସେମାନେ ଜାଣି ନ ଥିବା କହିଛନ୍ତି।
ଗୁରୁବାର ସକାଳେ ମୁଣ୍ଡିଆରେ ହାତୀପଲ ଗର୍ଜନ କରୁଥିବା ଶୁଣି ଅଞ୍ଚଳବାସୀ ବନ ବିଭାଗକୁ ସୂଚନା ଦେଇଥିଲେ। ରେଞ୍ଜର ମଧୁସୂଦନ ପାତ୍ର , ଫରେଷ୍ଟର ସୁଦର୍ଶନ ଦେହୁରୀ, ଫରେଷ୍ଟ ଗାର୍ଡ ମୁକ୍ତି ପ୍ରସାଦ ବେହେରା ପହଞ୍ଚତ୍ ଖୋଜାଖୋଜି କରିବା ବେଳେ ହାତୀ ଶାବକ ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ମା’ ମୃତ ଶାବକକୁ ଜଗି ରହିଥିଲା। ତେଣୁ ବନ କର୍ମଚାରୀ ପାଖ ମାଡ଼ିପାରି ନ ଥିଲେ। ଦୀର୍ଘ ସମୟ ଅପେକ୍ଷା କରିବା ପରେ ମା’ ହାତୀ ଜଙ୍ଗଲକୁ ପଳାଇଥିଲା। ଏହାପରେ ବନ କର୍ମଚାରୀ ମୃତ ଶାବକକୁ ଉଦ୍ଧାର କରି ମୁଣ୍ଡିଆ ତଳକୁ ଆଣିଥିଲେ। ରାସୋଳ ପ୍ରାଣୀଧନ ଚିକିତ୍ସକ ଅଭିଷେକ ସାହୁ ହାତୀଟିର ବ୍ୟବଚ୍ଛେଦ କରିବା ପରେ ମୃତଦେହ ପୋତିଦିଆଯାଇଛି। ରିପୋର୍ଟ ଆସିବା ପରେ ହାତୀ ଶାବକର ମୃତ୍ୟୁ କେଉଁ କାରଣରୁ ହୋଇଛି ତାହା ଜଣାପଡ଼ିବ ବୋଲି ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri