Posted inଜାତୀୟ

ହାଥରସ୍‌ ଯାଉଥିବା ୪ ଗିରଫ: ପିଏଫ୍‌ଆଇ ଏଜେଣ୍ଟ୍‌ ବୋଲି କହିଲା ପୋଲିସ

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶର ହାଥରସ୍‌ ବଳାତ୍କାର ନେଇ ସାରାଦେଶରେ ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରୁ ହଥାରସ୍‌ ଯାଉଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ କେରଳର ମଲ୍ଲପୁରମର ଜଣେ ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରହିଛନ୍ତି। ସେମାନେ ବିଚ୍ଛିନ୍ନତାବାଦି ସଂଗଠନ ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ(ପିଏଫ୍‌ଆଇ)ର ସଦସ୍ୟ ବୋଲି ପୋଲିସ କହିଛି। ସେମାନେ ଉତ୍ତରପ୍ରଦେଶ ସରକାରଙ୍କ ଛବି ମଳିନ କରିବା ଲାଗି ଉଦ୍ୟମ କରୁଥିବା ପୋଲିସ ଅଭିଯୋଗ କରିଛି। ଏହା ସହିତ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ସୃଷ୍ଟି ଲାଗି ପ୍ରୟାସ କରୁଥିବା ପୋଲିସ ସୂଚନା ଦେଇଛି। ଏହି ମାମଲାରେ ରାଜ୍ୟରେ ୨୧ଟି ମୋକଦମା ରୁଜୁ କରାଯାଇଛି। ଗିରଫ ହୋଇଥିବା ଗଣମାଧ୍ୟମ ପ୍ରତିନିଧି ସାଦିକ୍‌ କପ୍ପନଙ୍କୁ ଶୀଘ୍ର ଛାଡ଼ିବା ପାଇଁ କେରଳ ୟୁନିୟନ୍‌ ଅଫ୍‌ ଓ୍ବାର୍କିଂ ଜର୍ନାଲିଷ୍ଟ ପକ୍ଷରୁ ଦାବି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପାଖକୁ ଚିଠି ମଧ୍ୟ ଲେଖାଯାଇଛି। ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଖବର ସଂଗ୍ରହ ପାଇଁ ସାଦିକ୍‌ ଯାଇଥିବା ୟୁନିୟନ୍‌ ପକ୍ଷରୁ କୁହାଯାଇଛି। ଗିରଫ ହୋଇଥିବା ଅନ୍ୟମାନେ ମୁଜାଫରନଗରର ନଗଲା ବାସିନ୍ଦା ଅତିକ୍‌ଉର୍‌ ରହମାନ, ବହରାଇଚ୍‌ର ଜରଓ୍ବଲର ମସୁଦ୍‌ ଅହମ୍ମଦ ଏବଂ ରାମପୁରର ଆଲମ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ସେମାନଙ୍କୁ ପଚରା ଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri