Posted inଖେଳ

ହାମିଲଟନ ଜିତିଲେ ଫ୍ରେଞ୍ଚ୍‌ ଗ୍ରାଁ ପ୍ରି

ଲି କ୍ୟାସଲେଟ୍‌ (ଫ୍ରାନ୍ସ), ୨୪ା୬ (ଏଏଫ୍‌ପି)-ମର୍ସିଡିଜ ଟିମ୍‌ମେଟ୍‌ ଭାଲ୍‌ଟେରି ବୋଟାସଙ୍କୁ ପଛରେ ପକାଇ ଲୁଇସ୍‌ ହାମିଲଟନ ଫ୍ରେଞ୍ଚ୍‌ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଟାଇଟଲ ହାସଲ କରିଛନ୍ତି। ଏହାଦ୍ୱାରା ଚାମ୍ପିୟନଶିପ୍‌ରେ ସେ ଅଗ୍ରଣୀ ବ୍ୟବଧାନକୁ ବୃଦ୍ଧି କରିଛନ୍ତି। ହାମିଲଟନଙ୍କ ଏହା କ୍ରମାଗତ ୪ର୍ଥ, ସିଜନର ୬ଷ୍ଠ ଏବଂ କ୍ୟାରିୟରର ୭୯ତମ ଟାଇଟଲ। ରବିବାର ଏହି ବିଜୟ ଦ୍ୱାରା ୨୦୧୯ ସିଜନରେ ମର୍ସିଡିଜ ଏପର୍ଯ୍ୟନ୍ତ ଅନୁଷ୍ଠିତ ସମସ୍ତ ୮ଟି ରେସ୍‌ରେ ବିଜୟ ଲାଭ କରିଛି। ଟିମ୍‌ର ଓଭରଅଲ୍‌ ବିଜୟ ଧାରା ୧୦କୁ ବୃଦ୍ଧି ପାଇଛି। ଚଳିତ ସିଜନର ୨୧ଟି ରେସ୍‌ ମଧ୍ୟରୁ ୮ଟି ଶେଷ ହୋଇଥିବା ବେଳେ ଚାମ୍ପିୟନଶିପ୍‌ ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ହାମିଲଟନ ୧୮୭ ପଏଣ୍ଟ ସହ ପ୍ରଥମ ସ୍ଥାନରେ ରହିଥିବା ବେଳେ ବୋଟାସ ୧୫୧ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ରେସ୍‌ରେ ଟପ୍‌ ୧୦ରେ ସ୍ଥାନ ପାଇଥିବା ଅନ୍ୟ ଡ୍ରାଇଭରମାନେ ହେଲେ ଯଥାକ୍ରମେ ଚାଲର୍‌ସ ଲେକ୍‌ରେକ୍‌ (ଫେରାରି), ମାକ୍ସ ଭର୍ଷ୍ଟାପେନ୍‌ (ରେଡ୍‌ବୁଲ୍‌), ସେବାଷ୍ଟିଆନ ଭେଟେଲ (ଫେରାରି), କାର୍ଲୋସ ସେଞ୍ଜ୍‌ ଜୁନିୟର (ମ୍ୟାକଲରେନ), ଡାନିଏଲ୍‌ ରିକାର୍ଡୋ(ରେନଲ୍ଟ), କିମି ରାଇକୋନେନ(ଆଲ୍‌ଫା ରୋମିଓ), ନିକୋ ହକେନବର୍ଗ (ରେନଲ୍ଟ) ଏବଂ ଲାଣ୍ଡୋ ନୋରିସ ( ମ୍ୟାକଲରେନ)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri