Posted inଜାତୀୟ

ହାରିଗଲେ ଭାଜପାର ଏହିସବୁ ପ୍ରମୁଖ ପ୍ରାର୍ଥୀ

ମୁମ୍ବାଇ/ଚଣ୍ଡିଗଡ,୨୪।୧୦: ମହାରାଷ୍ଟ୍ର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହାରାଷ୍ଟ୍ରରେ ଭାଜପା-ଶିବସେନା ମେଣ୍ଟ ସରsକାର ଗଢିବାକୁ ଯାଉଥିବାବେଳେ ହରିୟାଣାରେ ଝୁଲା ବିଧାନସଭା ହୋଇଛି। ଦୁଇ ରାଜ୍ୟର ନିର୍ବାଚନରେ ଭାଜପାର ପ୍ରମୁଖ ପ୍ରାର୍ଥୀ ପରାଜୟର ସାମ୍ନା କରିବାକୁ ପଡିଛି।

କ୍ୟାପ୍ଟେନ ଅଭିମନ୍ୟୁ
ହରିୟାଣାରେ ଭାଜପାକୁ ଶକ୍ତ ଝଟକା ଲାଗିଛି। ୨୦୧୪ରୁ କ୍ଷମତାସୀନ ବିଜେପି ସରକାରରେ ଅର୍ଥମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ଦାୟିତ୍ୱରେ ଥିବା କ୍ୟାପ୍ଟେନ ଅଭିମନ୍ୟୁ ଚଳିତ ନିର୍ବାଚନରେ ପରାସ୍ତ ହୋଇଛନ୍ତି। ତାଙ୍କୁ ଦଳ ନାରନାଉଣ୍ଡ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ କରିଥିଲା। ହେଲେ ସେ ଏଠାରେ ପରାସ୍ତ ହୋଇଛନ୍ତି। କ୍ୟାପ୍ଟେନ ଅଭିମନ୍ୟୁଙ୍କ ବିରୋଧରେ ଏଠାରେ ଦ୍ୟୁଷନ୍ତ ଚୌଟାଲାଙ୍କ ଦଳ ଜେଜେପି ରାମ କୁମାର ଗୌତମଙ୍କୁ ଟିକେଟ ଦେଇଥିଲା।

ପଙ୍କଜା ମୁଣ୍ଡେ
ଭାଜପା ଦଳର ବରିଷ୍ଠ ନେତ୍ରୀ ତଥା ଫଡନାଭିସ ସରକାରରେ ମନ୍ତ୍ରୀ ଥିବା ପଙ୍କଜା ମୁଣ୍ଡେ ପରାସ୍ତ ହୋଇଛନ୍ତି। ତାଙ୍କୁ ଭାଜପା ପକ୍ଷରୁ ପର୍ଲି ଆସନରୁ ପ୍ରାର୍ଥୀ କରାଯାଇଥିଲା। ଏଠାରେ ତାଙ୍କର ମୁକାବିଲା ସମ୍ପର୍କୀୟ ଭାଇ ତଥା ବରିଷ୍ଠ କଂଗ୍ରେସ ନେତା ଧନଞ୍ଜୟ ମୁଣ୍ଡେଙ୍କ ସହ ହୋଇଥିଲା। ସେ ତାଙ୍କୁ ୨୮ ହଜାର ଭୋଟରେ ପରାସ୍ତ କରିଛନ୍ତି।

ସୁଭାଷ ବରଲା
ହରିଆଣା ଭାଜପା ସଭାପତି ସୁଭାଷ ବରଲା ପରାଜୟର ସାମ୍ନା କରିଛନ୍ତି। ଏଥିପାଇଁ ନିଜକୁ ଦାୟୀ କରି ସେ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି।

ସୋନାଲି ଫୋଗଟ
ହରିଆଣାର ଆଦମପୁରରୁ ଭାଜପା ଟିକଟକ୍‌ ଷ୍ଟାର ସୋନାଲି ଫୋଗଟ୍‌ଙ୍କୁ ପ୍ରାର୍ଥୀ କରିଥିଲା। ଟିକଟକରେ ତାଙ୍କର କ୍ରେଜ ଥିବାରୁ ଅଦାମପୁରର ଲୋକମାନେ ମଧ୍ୟ ତାଙ୍କୁ ଭୋଟ ଦେବେ ବୋଲି ଦଳ ଆଶା କରିଥିଲା। ହେଲେ ସୋନାଲି ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର କୁଲଦୀପ ବିଶୋଇଙ୍କ ଠାରୁ ୨୯, ୪୭୧ ଖଣ୍ତ ଭୋଟରେ ପରାସ୍ତ ହୋଇଛନ୍ତି।

କବିତା ଜୈନ
ହରିୟାଣା ଭାଜପା ସରକାରରେ ମନ୍ତ୍ରୀ ଥିବା କବିତା ଜୈନ କଂଗ୍ରେସ ପ୍ରାର୍ଥୀ ଉରେନ୍ଦ୍ର ପାଓ୍ବାରଙ୍କଠାରୁ ୩୨୮୬୧ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri