Posted inଖେଳ

ହାରିଲା ଭାରତୀୟ ଜୁନିୟର ମହିଳା ହକି ଦଳ

ବାରନୋଭିଚି(ବେଲାରୁସ),୧୦।୬(ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ ୧-୪ ଗୋଲରେ ବେଲାରୁଷ୍‌ ସିନିୟର ଦଳଠାରୁ ହାରିଯାଇଛି। ୨୧ ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଜିତିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହ ପଡ଼ିଆକୁ ଓହ୍ଲାଇଥିଲା। ମ୍ୟାଚ୍‌ର ପ୍ରଥମ ମିନିଟ୍‌ରେ ଟିମ୍‌ ଇଣ୍ଡିଆକୁ ପେନାଲ୍ଟି କର୍ନର ମିଳିଥିଲା। ଗଗନଦୀପ କୌର କୌଣସି ତ୍ରୁଟି ନ କରି ଏହାକୁ ଗୋଲରେ ପରିଣତ କରିଥିଲେ। ଫଳରେ ଭାରତ ୧-୦ ଗୋଲରେ ଅଗ୍ରଣୀ ହାସଲ କରିଥିଲା। କିନ୍ତୁ ପରେ ଭାରତୀୟ ଦଳ ସ୍ଥିତିକୁ ବଜାୟ ରଖିବାରେ ବିଫଳ ହୋଇଥିଲା। ବେଲାରୁଷ୍‌ ପକ୍ଷରୁ ସ୍ବିତଲାନା ବାହୁଶେଭିଚ, କ୍ରିଷ୍ଟିନା ପାପ୍କୋଭା ଓ ୟୁଲିଆ ମିଖେଚ୍ୟ ଗୋଲ ଦେଇଥିଲେ। ଭାରତୀୟ ଦଳ ଗୋଲ ପରିଶୋଧ କରିବାକୁ ବହୁ ଉଦ୍ୟମ କରିଥିଲା ହେଲେ ସଫଳତା ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri