Posted inଖେଳ

ହାର୍ଦ୍ଦିକଙ୍କ ପିତା ହେବା ଖବର ଶୁଣି ଏମିତି କହିଲେ କୋହଲି

ପୁଣି ଏକ ନୂଆ ବାଉନ୍ସର ଛାଡିଛନ୍ତି ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ନୂଆବର୍ଷର ଠିକ ପୂର୍ବଦିନ ଅଚାନକ ନିଜ ନିର୍ବନ୍ଧ ଖବର ଦେଇ ପ୍ରଶଂସକଙ୍କୁ ଚକିତ କରି ଦେଇଥିବା ହାର୍ଦ୍ଦିକ ଖୁବ୍‌ ଶୀଘ୍ର ପିତା ହେବା ଖବର ନିଜ ଫ୍ୟାନ୍‌ଙ୍କୁ ଦେଇଛନ୍ତି। ଏହି ଖବର ଆସିବା ପରେ ତାଙ୍କୁ ବହୁ କ୍ରିକେଟର ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କହିଛନ୍ତି, ଉଭୟଙ୍କୁ ଅଭିନନ୍ଦନ; ନୂଆ ମେମ୍ବରଙ୍କୁ ଅନେକ ଭଲପାଇବା ଏବଂ ଆଶୀର୍ବାଦ। ସେପରି କୋଚ ରବି ଶାସ୍ତ୍ରୀ, ବୋଲର ୟୁଜବେନ୍ଦ୍ର ଚହଲ, ଶୁଭମନ ଗିଲ୍‌, ଶିଖର ଧାଓ୍ବନ, କିରଣ ପୋଲାର୍ଡ ପ୍ରମୁଖ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରବିବାର ଗର୍ଲଫ୍ରେଣ୍ଡ ନତାଶା ଷ୍ଟାଙ୍କୋଭିକ୍‌ଙ୍କ ପେଟ ଉପରେ ପାଣ୍ଡ୍ୟା ହାତ ରଖିଥିବା ଫଟୋ ଶେୟାର କରିଥିଲେ। ‘ନତାଶା ଓ ମୋର ଜୀବନ ଯାତ୍ରା ବହୁତ ସୁଖଦ ରହିଛି। ଏହା ଆହୁରି ରୋଚକ ହେବାକୁ ଯାଉଛି। ଆମେ ଦୁଇ ଜଣ ଆମ ଜୀବନକୁ ଖୁବଶୀଘ୍ର ଜଣେ ନୂଆ ଆଗନ୍ତୁକଙ୍କୁ ସ୍ବାଗତ କରିବାକୁ ଯାଉଛୁ। ଜୀବନର ଏହି ପର୍ଯ୍ୟାୟକୁ ନେଇ ଆମେ ବହୁତ ରୋମାଞ୍ଚିତ ଅଛୁ। ଆପଣଙ୍କ ଆଶୀର୍ବାଦ ଓ ଶୁଭେଚ୍ଛା କାମନା କରୁଛୁ ବୋଲି’ ପାଣ୍ଡ୍ୟା ଏହି ଫଟୋ କ୍ୟାପ୍‌ସନ୍‌ରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri