Advertisement

ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ନିକଟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ ରୂପନେବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶରେ ଏହାର ପ୍ରଭାବ ଅଧିକ ରହିବ। ମାତ୍ର ଓଡ଼ିଶାରେ ଏହାର ପ୍ରଭାବ ସେତେଟା ରହିବ ନାହିଁ। ଉପକୂଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହେବ। ଲଘୁଚାପ ଯୋଗୁ ଶୀତ ଶୁକ୍ରବାରଠାରୁ କମିବ। ସର୍ବନିମ୍ନ ପାରଦ ୨ରୁ ୩ ଡିଗ୍ରୀ ବଢ଼ିବ। ଆସନ୍ତା ୨୩ ତାରିଖ ଯାଏ ଏଭଳି ପାଗ ରହିବ। ୨୪ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବେଶ କରୁଥିବାରୁ ଗତ କିଛିଦିନ ହେବ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ଘନକୁହୁଡ଼ି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟର ୯ ସହରର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି । ଶିମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୬.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଜି.ଉଦୟଗିରିରେ ୮ଡିଗ୍ରୀ, ଫୁଲବାଣୀ ୧୦ ଡିଗ୍ରୀ, କୋରାପୁଟ ୧୦ ଡିଗ୍ରୀ, ଦାରିଙ୍ଗବାଡ଼ି ୧୦.୫ ଡିଗ୍ରୀ, ଭବାନୀପାଟଣା ୧୨ ଡିଗ୍ରୀ, ବୌଦ୍ଧ ୧୨ ଡିଗ୍ରୀ, ଝାରସୁଗୁଡ଼ା ୧୩.୨ ଡିଗ୍ରୀ, କେନ୍ଦୁଝରରେ ୧୩.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଶ୍ୱେତାଙ୍କ ମା’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ...

ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି। ସୋମବାର ଏହା ଅବପାତ...

ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବକୁ ଖଣ୍ଡନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଯେବେ ନିର୍ବାଚନ ଆସେ ମୋ...

ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ...

ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ...

ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ...

ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା...

କାର୍ତ୍ତିକ ପରେ ବି ଖସୁନି ପରିବା ଦର: ୧୦୦ ଟପିଲା ଟମାଟୋ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କମିବାର ନା ଧରୁନି ପରିବା ଦର । କାର୍ତ୍ତିକ ମାସ ଗଲା ପରେ ବି ବଜାରରେ କଞ୍ଚା ପରିବା ଦର ଆକାଶଛୁଆଁ ହୋଇଛି ।...

Advertisement
Archives

Model This Week