Posted inଖେଳ

ହାସନେନଙ୍କ ହ୍ୟାଟ୍ରିକ ସତ୍ତ୍ୱେ ଶ୍ରୀଲଙ୍କା ବିଜୟୀ

ଲାହୋର, ୬।୧୦- ପାକିସ୍ତାନ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା ୬୪ ରନରେ ବିଜୟୀ ହୋଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୬୫ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ୧୭.୪ ଓଭରରେ ୧୦୧ ରନ କରି ଆଉଟ ହୋଇ ପରାସ୍ତ ହୋଇଥିଲା। ବାବର ଆଜମ ୧୩, ଅଧିନାୟକ ସର୍ଫରାଜ ଅହମ୍ମଦ ୨୪ ଓ ଇଫତିକାର ଅହମ୍ମଦ ୨୫ ରନ କରି ଆଉଟ ହୋଇଥିବା ବେଳେ ବାକି ୮ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ନୂଆନ ପ୍ରଦୀପ ଓ ଇସୁରୁ ଉଡାନା ୩ଟି ଲେଖାଏ, ଓ୍ବାନିଣ୍ଡୁ ହାସରଙ୍ଗା ୨ ଓ କସୁନ ରଜିଥା ଗୋଟିଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଓପନର ଦନୁଷ୍କା ଗୁରତିଲକା ୫୭, ଅଭିଷ୍କା ଫର୍ନାଣ୍ଡୋ ୩୩, ଭାନୁକା ରାଜପାକ୍ସା ୩୨, ଅଧିନାୟକ ଦସୁନ ସନକା ୧୭ ରନ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ହାସନେନ ହ୍ୟାଟ୍ରିକ ଅର୍ଜନ କରି ୩ ଓ ଶଦାବ ଖାଁ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ପାକିସ୍ତାନ ଦ୍ରୁତ ବୋଲର ହାସନେନ ୧୬ତମ ଓଭରର ଶେଷ ବଲ୍‌ରେ ରାଜପାସ୍କଙ୍କୁ ଓ ୧୮ତମ ଓଭରର ପ୍ରଥମ ଦୁଇଟି ବଲ୍‌ରେ ଶନକା ଓ ଶେହାନ ଜୟସୁରିୟାଙ୍କୁ ଆଉଟ କରି ହ୍ୟାଟ୍ରିକ୍‌ ଅର୍ଜନ କରିଥିଲେ। ଟି୨୦ ଇତିହାସରେ ଏହା ନବମ ହ୍ୟାଟ୍ରିକ ସାବ୍ୟସ୍ତ ହୋଇଛି। ଲସିଥ ମାଲିଙ୍ଗା ପୂର୍ବରୁ ୨ଥର ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ପୂର୍ବରୁ ପାକିସ୍ତାନ ତରଫରୁ ଫାହିମ ଅଶ୍ରଫ ଦୁଇବର୍ଷ ତଳେ ଶ୍ରୀଲଙ୍କା ବିପକ୍ଷରେ ହ୍ୟାଟ୍ରିକ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?