Posted inଜାତୀୟ

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଆଲୋଚନାରୁ ଦୂରେଇ ଯିବା ଲାଗି ସରକାର ଚାହାନ୍ତିନି। ଦିଲ୍ଲୀ ପୋଲିସ ଯଥାବିଧି ତା’ର କାର୍ଯ୍ୟ କରିଥିବା ଶାହା କହିଛନ୍ତି। ସମସ୍ତ ଅଭିଯୋଗକାରୀଙ୍କଠାରୁ ପୋଲିସ ଏଫଆଇଆର୍‌ ରଖି ନ ଥିଲା ବୋଲି ହୋଇଥିବା ଅଭିଯୋଗରେ ସେ କହିଛନ୍ତି, ଗୋଟିଏ ଘଟଣାରେ ଅଲଗା ଅଲଗା ଜିନିଷକୁ ଯୋଡ଼ାଯାଇ ମାମଲା ରୁଜୁ କରାଯିବା ଠିକ୍‌ ନୁହେଁ। ଦିଲ୍ଲୀ ହିଂସାକୁ ନେଇ ଅଦ୍ୟାବଧି ୭୦୦ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି। ଦୋଷୀସାବ୍ୟସ୍ତ କାହାରିକୁ ଛଡ଼ାଯିବନି। ଦଙ୍ଗାକାରୀଙ୍କ ବିରୋଧରେ ସରକାର କଠୋର ପଦକ୍ଷେପ ଗ୍ରହଣ କରିବେ ବୋଲି ଶାହା ଗୃହରେ ପ୍ରକାଶ କରିଛନ୍ତି। ମୋଟ ୧,୯୨୨ ଦଙ୍ଗାକାରୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇଛି। ଲୋକଙ୍କ ଘର ଭାଙ୍ଗି ପୋଡ଼ାଜଳା କରିବା, ଟେକାପଥର ମାଡ଼ କରି ହିଂସାକାଣ୍ଡ କରିବା ଘଟଣାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କୁ ଗିରଫ କରିବା ଲାଗି ପୋଲିସର ୪୦ ଟିମ୍‌ ନିୟୋଜିତ ହୋଇଥିଲେ। ହିଂସାକାଣ୍ଡରେ ମୋଟ ୫୨ ଲୋକ ପ୍ରାଣ ହରାଇଥିବା ବେଳେ ୫୨୬ ଜଣ ଆହତ ହୋଇଥିଲେ। ମୋଟ ୩୭୧ ଦୋକାନକୁ ଦଙ୍ଗାକାରୀମାନେ ପୋଡ଼ି ଦେଇଥିଲେ। ୧୪୨ ଘର ଏହାଦ୍ୱାରା ସମ୍ପୂର୍ଣ୍ଣ ଧ୍ୱଂସ ପାଇଯାଇଥିଲା ବୋଲି ରାଜ୍ୟ ସଭାରେ ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri