ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୩.୬୨ ଲକ୍ଷ

ତାଳଚେର, ୩ା୨(ନି.ପ୍ର.) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠରେ ଥିବା ହୁଣ୍ଡିଗୁଡିକୁ ଶନିବାର ଖୋଲା ଯାଇଥିଲା। ଟ୍ରଷ୍ଟବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସନ୍ତୋଷ କୁମାର ପ୍ରଧାନ, ଗଗନ ବିହାରୀ ସାହୁ ପ୍ରମୁଖଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲା ଯାଇ ମୋଟ ୩ ଲକ୍ଷ ୬୨ ହଜାର ୬୧୦ ଟଙ୍କା ସଂଗୃହୀତ ହୋଇଥିଲା। ଧୂଳେଶ୍ୱର ବେହେରା, ପଠାଣି ବାରିହା, ପଞ୍ଚାନନ ବେହେରା, ଦୀପକ ସାମଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ମା’ ହିଙ୍ଗୁଳାଙ୍କ ପରିକଳ୍ପିତ ଭବ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ମା’ଙ୍କ ମନ୍ଦିର ସମ୍ମୁଖରେ ପୂର୍ବରୁ ଥିବା ମୁଖଶାଳା ଓ ଯଜ୍ଞମଣ୍ଡପକୁ ଭଙ୍ଗାଯାଇ ସେହି ସ୍ଥାନରେ ନୂତନ ମୁଖଶାଳା ଓ ଯଜ୍ଞମଣ୍ଡପ ନିର୍ମାଣ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri