ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ସହର ଉପକଣ୍ଠ ଆମ୍ବପାଳ ନତଡ଼ାଠାରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ଏଥିସହ କାର୍‌ରେ ଥିବା ଅନ୍ୟ ୩ ଜଣ ମହିଳା, ୨ ଶିଶୁ ଓ ଡ୍ରାଇଭର ଆହତ ହୋଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସୂଚନା ଦେଇଛନ୍ତି।

ଟଣାରୁ ଜଣାପଡିଛି, କଟକ ଆଠଗଡ ଅଞ୍ଚଳରୁ ଏକ କାର୍‌(ଓଡି-୩୩-ଏଲ୍‌-୮୨୫୧)ରେ ୩ ଜଣ ମହିଳା ୨ ଶିଶୁଙ୍କ ସହ ତାଳଚେରକୁ ମା’ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଆସିଥିଲେ। ସେମାନେ ଫେରିବାବେଳେ ଆମ୍ବପାଳ ନତଡ଼ା ନିକଟରେ ଅନୁଗୋଳ ପଟୁ ଯାଉଥିବା ଦ୍ରୁତଗାମୀ ବାଇକ (ନଂ. ଓଡି-୧୯-ଜେ-୯୪୮୬) କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ପିଟି ହେବା ପରେ ବାଇକ୍‌ଟି ପ୍ରାୟ ଶହେ ମିଟର ଦୂରରେ ଛିଟିକି ପଡିଥିଲା। ପରିଚୟ ମିଳି ନ ଥିଲେ ବି ସେମାନେ ଅନୁଗୋଳ କାଙ୍ଗୁଲା ଅଞ୍ଚଳର ବୋଲି ଜଣାପଡିଛି। ସ୍ଥାନୀୟ ଲୋକେ ଓ ପଥଚାରୀ ସେମାନଙ୍କ ଅନୁଗୋଳ ମେଡିକାଲ ପଠାଇଥିଲେ। ସେଠାରୁ ଜଣକୁ କଟକ ପଠାଯାଇଥିବା ବେଳେ ଅନ୍ୟଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା...

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି...

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ...

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ଓଡ଼ିଶା: ଆଜିର ଫଟୋ ( ୮ ଅଗଷ୍ଟ, ୨୦୨୪)

ଭୁବନେଶ୍ୱର ଉପକୂଳ ଅଞ୍ଚଳରେ ବର୍ଷା ହେବାପରେ ଚାଷୀମାନେ ଧାନ ଚାରା ରୋପଣ କରୁଛନ୍ତି

୩ ଦିନ ପରେ କୂଅରୁ ଉଦ୍ଧାର ହେଲା ଗାଈ, ଏହି ଦାବି କଲେ ସ୍ଥାନୀୟ ବାସିନ୍ଦା

ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri