ହିଞ୍ଜିଳିକାଟୁରେ ଟଣାହେଲା ରଥ

ହିଞ୍ଜିଳିକାଟୁ,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ରଥଟଣା ଯାଇଛି। ହୁଳହୁଳି, ଶଙ୍ଖଧ୍ୱନି, ହରିବୋଲ ଶବ୍ଦରେ ସହର ପ୍ରକମ୍ପିତ ହୋଇ ଉଠିଥିଲା। ହିଞ୍ଜିଳିକାଟୁ ରାଜବାଟୀ ନୃସିଂହ ମନ୍ଦିରରେ ପୂଜିତ ଦଧିବାମନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ କାଟୁ ରାଜା ଲଲାଟେନ୍ଦୁ ଭଞ୍ଜଦେଓ ଛେରାପହଁରା କରି ରଥ ମାର୍ଜନା କରିଥିଲେ। ସେହିପରି ବଇଁଚବଣିଆ ଜଗନ୍ନାଥ ମନ୍ଦିରରେ ସେବାଧିପତି ଲିଙ୍ଗରାଜ ସାହୁ ଛେରାପହଁରା କରି ରଥଯାତ୍ରା ଶୁଭାରମ୍ଭ କରିଥିଲେ। ପୌରାଞ୍ଚଳର ଜଗବନ୍ଧୁ ପାଟଣା ସାହି ନୃସିଂହ ମନ୍ଦିରର ଦଧିବାମନ ଜଗନ୍ନାଥ, ବ୍ଲକର ବୁରୁପୋଡ଼ା,ସାରୁ ଓ କଞ୍ଚୁରୁଠାରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ବଇଁଚବଣିଆ ମନ୍ଦିର ରଥଯାତ୍ରାରେ ଶହଶହ ଶ୍ରଦ୍ଧାଳୁ ଭକ୍ତ ଓ ଯୁବ ସମାଜ ଉତ୍ସାହର ସହ ରଥକୁ ଅପରାହ୍ନରେ ଟାଣିଥିଲେ। ସନ୍ଧ୍ୟାରେ ହାଟପଦାସ୍ଥିତ ଅସ୍ଥାୟୀ ମାଉସୀମା ମନ୍ଦିରରେ ରଥ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri