ହିଞ୍ଜିଳିରୁ ପରିବା ଯିବ ଭୁବନେଶ୍ୱର: ଉପଜିଲାପାଳ

ହିଞ୍ଜିଳିକାଟୁ,୧୨।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପରିବା ଉତ୍ପାଦନ ପାଇଁ ଜିଲାରେ ପ୍ରସିଦ୍ଧ। ମାତ୍ର କରୋନା କଟକଣା ଯୋଗୁ ଏବେ ଚାଷୀ ଅଭାବୀ ବିକ୍ରିର ଶୀକାର ହେଉଛି। ଏପରି ଅଭିଯୋଗ ପାଇବା ପରେ ଚାଷୀଙ୍କ ଉପତ୍ାଦିତ ପରିବା ଭୁବନେଶ୍ୱର ଓ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳକୁ ପଠାଇବାକୁ ବିହିତ ପଦକ୍ଷେପ ନେବାକୁ ସ୍ଥାନୀୟ କୃଷି ଓ ଉଦ୍ୟାନ ବିଭାଗ ଅଧିକାରୀଙ୍କୁ ଶନିବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି କହିଛନ୍ତି। ଶନିବାର ପୂର୍ବାହ୍ନରେ ଉପ ଜିଲାପାଳ ପୃଷ୍ଟି ନନ୍ଦିକ ଗ୍ରାମରେ ପହଞ୍ଚତ୍ ମା’ ସିଂହବାହିନୀ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ପ୍ରସ୍ତୁତ କରୁଥିବା ମାସ୍କ ଅନୁଧ୍ୟାନ କରିବା ସହ ବଡ଼ଖଣ୍ଡି ଗ୍ରାମ ମହିଳା ସ୍ବୟଂ ସହାୟିକ ଗୋଷ୍ଠୀ ପରିବେଷଣ କରୁଥିବା ରନ୍ଧା ଖାଦ୍ୟର ମାନ ଯାଞ୍ଚ କରିଥିଲେ। ମଧ୍ୟାହ୍ନରେ ବ୍ଲକ ପରିସରରେ ଅନୁଷ୍ଠିତ ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗଦେଇ ଚାଷୀଙ୍କ ଅଭାବୀ ବିକ୍ରି ସମ୍ପର୍କରେ ଆଲୋଚନା କରି ବିକ୍ରି ପାଇଁ ସୁବନ୍ଦୋବସ୍ତ ନେଇ ଆଲୋଚନା କରିଥିଲେ। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ବିଡ଼ିଓ ପ୍ରସନ୍ନ କୁମାର ପାତ୍ର, ତହସିଲଦାର ଗୋପୀନାଥ କୁଅଁର, ହିଞ୍ଜିଳିକାଟୁ ମ୍ୟୁନିସପାଲିଟି ନିର୍ବାହୀ ଅଧିକାରୀ ଡ. ମନୋରଞ୍ଜନ ସାହୁ, ଆଇଆଇସି ଅଭିମନ୍ୟୁ ଦାଶ, ଶିଶୁ ବିକାଶ ଅଧିକାରୀ ଶୁଭଶ୍ରୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?