ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ

ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍‌ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି। ଏହି ଘଟଣାରେ ଆତଙ୍କବାଦୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ପୂର୍ବାହ୍ନରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଡ଼ଗାଁ ବିଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ, ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ଦୁର୍ଗା ବାହିନୀ, ଏକଲ ଗ୍ରାମ ଉତ୍‌ଥାନ ସଂସାଧନ କେନ୍ଦ୍ର ଆଦି ସଙ୍ଗଠନର କର୍ମକର୍ତ୍ତାଙ୍କ ସମେତ ହିନ୍ଦୁ ସମାଜର ଭଉଣୀ ଭାଇମାନେ ବଡ଼ଗାଁ ଡାକବଙ୍ଗଳାଠାରେ ଏକ ବୈଠକରେ ଏକାଠି ହୋଇଥିଲେ।

ସେଠାରେ ମୃତ ପର୍ଯ୍ୟଟକଙ୍କ ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ବଡ଼ଗାଁ ଅଞ୍ଚଳରେ ବାଙ୍ଗଲାଦେଶୀ, ରୋହିଙ୍ଗ୍ୟାମାନେ କାମ କରିବାକୁ ଆସି ଅପରାଧ ଘଟାଇବା ଦୃଷ୍ଟାନ୍ତ ଥିବାରୁ ତୁରନ୍ତ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଥିଲା। ବୈଠକରେ ସନାତନ ନାଏକ, ବ୍ରହ୍ମାନନ୍ଦ ପାଣିଗ୍ରାହୀ, ରାଜେଶ ଦାସ, ଆଲୋକ ସାହୁ, ବିରେନ୍ଦ୍ର ମାଝୀ, କିଶୋର କୁମାର କେଶରୀ, ଭରତ ଚନ୍ଦ୍ର ରାଉତ, ମନୋଜ କୁମାର ଟପୋ, ସୁନିଲ ନାଏକ, ରେଣୁକା ବାରିକ, ସେବତୀ ଡୁଙ୍ଗଡୁଙ୍ଗ, ଅମିତା ଡୁଙ୍ଗଡୁଙ୍ଗ, ଗୌରୀ ମାଝି, ମାନସୀ ମୁଖି ପ୍ରମୁଖ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri