ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରାୟକୁ ସବୁ ମହଲରୁ ସ୍ବାଗତ କରାଯାଇଛି। ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କରାଯିବା ସହ ସେହି ଆଖପାଖରେ ମଧ୍ୟ ବାବରୀ ମସଜିଦ ଲାଗି ସରକାର ୫ ଏକର ଜମି ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ଏହି ରାୟ ପରେ ଉଭୟ ହିନ୍ଦୁ ଓ ମୁସଲମାନ ମିଳିମିଶି ରାମ ମନ୍ଦିର ଓ ବାବରି ମସଜିଦ ନିର୍ମାଣ କରନ୍ତୁ ବୋଲି ଏବେ କଥା ଉଠିଛି। ମୋଗଲ ସମ୍ରାଟ ବାହାଦୂର ଶାହ ଜାଫରଙ୍କ ଶେଷ ଦାୟଦ ବୋଲି ଦାବି କରୁଥିବା ପ୍ରିନ୍ସ ୟାକୁବ ହବିବୁଦ୍ଦିନ ତୁସି କହିଛନ୍ତି ଏବେ ରାମ ମନ୍ଦିର ନିର୍ମାଣ ପାଇଁ ମୁସଲମାନମାନେ ସହଯୋଗ କରି ଭାଇଚାରାର ପରିଚୟ ଦେବା ଉଚିତ। ଅନ୍ୟପଟେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ମଧ୍ୟ ସମାନ କଥା କହିଛନ୍ତି। ସେହିପରି କର୍ନାଟକ ପେଜଓ୍ବାର ମଠର ବିଶ୍ୱେସତୀର୍ଥ ସ୍ବାମୀ ମଧ୍ୟ କହିଛନ୍ତି ଏବେ ହିନ୍ଦୁ ଓ ମୁସଲମାନ ମିଶି ଅଯୋଧ୍ୟାରେ ରାମ ମନ୍ଦିର ଓ ବାବରୀ ମସଜିଦ ନିର୍ମାଣ କରିବା ସମୟ ଆସିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri