ହିନ୍ଦୋଳ, ୫।୬(ଡି.ଏନ.ଏ.) – ହିନ୍ଦୋଳର ଐତିହାସିକ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଖର୍ଚ୍ଚ ତୁଳନାରେ ସରକାରୀ ସୂତ୍ରରେ ମିଳୁଥିବା ଅନୁଦାନ ‘ସମୁଦ୍ରକୁ ଶଙ୍ଖେ’ ପରି ହେଉଛି। ଏ ନେଇ ଉଦ୍ବେଗ ପ୍ରକାଶ ପାଇଥିଲା।
କମିଟି ଅଧ୍ୟକ୍ଷ ତଥା ଉପଜିଲାପାଳ ଭବେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ପୂର୍ବବର୍ଷର ଆୟବ୍ୟୟର ସମୀକ୍ଷା କରାଯାଇଥିଲା। ସ୍ନାନ ପୂର୍ଣ୍ଣିମାଠାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେ ନେଇ ବିସ୍ତୃତ ଆଲୋଚନା କରାଯାଇଛି।
ଦରଦାମ ବୃଦ୍ଧି ଯୋଗୁ ରଥଯାତ୍ରା ଖର୍ଚ୍ଚ ୨ଲକ୍ଷ ଟପିଲାଣି। ହେଲେ ସରକାରୀ ଅନୁଦାନ ମାତ୍ର ୫୦ ହଜାର ଟଙ୍କା ମିଳୁଛି। ରଥଯାତ୍ରାକୁ ବିଧିବ୍ୟବସ୍ଥିତ କରିବାକୁ ଅର୍ଥରାଶି ବଢ଼ାଇବା ଜରୁରୀ ହୋଇପଡ଼ିଛି। ଏହାକୁ ସରକାର ହେୟଜ୍ଞାନ କରୁଛନ୍ତି। ଏ ନେଇ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀମାନେ କ୍ଷୋଭ ବ୍ୟକ୍ତ କରିଥିଲେ। ହିନ୍ଦୋଳ ରଥଯାତ୍ରାର ସ୍ବତନ୍ତ୍ର ପରିଚୟ ରହିଛି। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ଅଞ୍ଚଳବାସୀ, ସରକାରୀ ପଦାଧିକାରୀ, ସାମାଜିକ ଅନୁଷ୍ଠାନ, ବ୍ୟବସାୟୀମାନେ ସହାୟତାର ହାତ ବଢ଼ାଇବାକୁ ନିବେଦନ କରାଯାଇଛି। ବୈଠକରେ ଏନଏସି ଅଧ୍ୟକ୍ଷା ରୀନା ବେହେରା, ତହସିଲଦାର ଅଜୟ ମଲ୍ଲିକଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ବଜାର କମିଟି ସଦସ୍ୟ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର View All
ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ
କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…
ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…
ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…
ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ
ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…
ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍ର ହେବ ଖୋଳତାଡ଼, ପାଖରୁ ମିଳିଲା…
ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…
ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …
ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…
ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର
ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…
ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…
ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…
ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…
ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…
Archives

