Posted inଖେଳ

ହିମାଙ୍କ ସ୍ବର୍ଣ୍ଣିମ ସଫଳତା ଜାରି

ନୋଭେ ମେଷ୍ଟୋ (ଚେକ୍‌ ରିପବ୍ଲିକ), ୨୧।୭ (ପି.ଟି.)- ତାରକା ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର ୪୦୦ ମିଟର ରେସ୍‌ରେ ହିମା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି ଦୂରତାକୁ ହିମା ୫୨.୦୯ ସେକେଣ୍ଡରେ ଶେଷ କରିଥିଲେ। ସିଜନରେ ହିମାଙ୍କ ଶ୍ରେଷ୍ଠ ପ୍ରଦର୍ଶନ ହୋଇଥିଲେ ମଧ୍ୟ ବ୍ୟକ୍ତିଗତ ଶ୍ରେଷ୍ଠ (୫୦.୭୯)ଠାରୁ ସାମାନ୍ୟ କମ୍‌। ହିମା ଯଦି ୫୧.୮୦ ସେକେଣ୍ଡରେ ଏହି ଦୂରତାକୁ ଅତିକ୍ରମ କରିଥାନ୍ତେ ତେବେ ବିଶ୍ୱ ଚାମ୍ପିୟନଶିପ୍‌କୁ ଯୋଗ୍ୟତା ଅର୍ଜନ କରିଥାନ୍ତେ। ଗତ ଏକମାସ ମଧ୍ୟରେ ହିମାଙ୍କର ଏହା ୫ମ ସ୍ବର୍ଣ୍ଣ ପଦକ। ପୂର୍ବରୁ ସେ ଜୁଲାଇ ୨ରେ ୟୁରୋପରେ ଅନୁଷ୍ଠିତ ପୋଜନାନ ଗ୍ରଁାପ୍ରି ସିଜନରେ ତାଙ୍କ ପ୍ରଥମ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସ୍‌ ଥିଲା। ଏଥିରେ ସେ ୨୦୦ ମିଟରରେ (୨୩.୬୫) ସ୍ବର୍ଣ୍ଣ ପଦକ ଜିତିଥିଲେ। ଏହାପରେ ଜୁଲାଇ ୭ରେ ପୋଲାଣ୍ଡରେ ହୋଇଥିବା କୁଣ୍ଟୋ ଆଥ୍‌ଲେଟିକ୍ସ ମିଟ୍‌ରେ ୨୦୦ ମିଟର ରେସ୍‌କୁ ୨୩.୯୭ ସେକେଣ୍ଡରେ ଶେଷ କରି ପ୍ରଥମ ସ୍ଥାନ ହାସଲ କରିଥିଲେ। ଜୁଲାଇ ୧୩ରେ ଚେକ୍‌ ରିପବ୍ଲିକରେ କ୍ଲାଡନୋ ଆଥ୍‌ଲେଟିକ ମିଟ୍‌ (୨୩.୪୩) ଓ ଗତ ବୁଧବାର ଅନୁଷ୍ଠିତ ଟାବୋର୍‌ ଆଥ୍‌ଲେଟିକ୍ସ ମିଟ୍‌ାରେ ମଧ୍ୟ ପ୍ରଥମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri