ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ନଦୀ ବନ୍ଧ ଉପରେ ବନ୍ୟାଜଳ ଚାପ କମ୍‌ ରହିବ ବୋଲି ଆଶା କରାଯାଇଛି। ଏଥିପାଇଁ ୬୦୦ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ଏହି କାର୍ଯ୍ୟ ୩ ବର୍ଷ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଥିବା ରାଜ୍ୟ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ବର୍ଷାଦିନରେ ହୀରାକୁଦ ଜଳଭଣ୍ଡାରରେ ଅଧିକ ପରିମାଣର ପାଣି ଜମି ରହିବା ଫଳରେ ବନ୍ଧ ପ୍ରତି ଚାପ ସୃଷ୍ଟି ହେଉଛି। ତେଣୁ ଏହାର ନିରାପତ୍ତାକୁ ନଜରରେ ରଖି ବିଶ୍ୱ ବ୍ୟାଙ୍କର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବନ୍ଧ ପରିଦର୍ଶନ କରିଥିଲେ। ଏହି ପ୍ରକଳ୍ପ ଲାଗି ମଧ୍ୟ ବିଶ୍ୱ ବ୍ୟାଙ୍କ ସହାୟତା ଯୋଗାଇ ଆସୁଥିବା ଅଧିକାରୀ ଜଣକ ସୂଚନା ଦେଇଛନ୍ତି। ନୂଆ ସ୍ପିଲ୍‌ଓ୍ବେ ଯୋଗୁ ବହୁ ଜନବସତି ଅଞ୍ଚଳ କ୍ଷତିଗ୍ରସ୍ତ ହେଉଛି। ତେଣୁ କ୍ଷତିଗ୍ରସ୍ତଙ୍କ ଲାଗି ଉପଯୁକ୍ତ କ୍ଷତିପୂରଣ ବ୍ୟବସ୍ଥା କରାଯାଇ କାମକୁ ଅଗ୍ରଗତି କରାଇବା ଲାଗି ସରକାର ଚିନ୍ତା କରୁଛନ୍ତି। ଅନ୍ୟପଟେ ଯଦି ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ ଯୋଗୁ ଅଧିକ ଅର୍ଥ ଖର୍ଚ୍ଚ ହେବ ତେବେ ତାହା ରାଜ୍ୟ ସରକାର ବହନ କରିବେ ବୋଲି ବିଶ୍ୱ ବ୍ୟାଙ୍କ ଜଣାଇ ଦେଇଛି। ସେଥିଲାଗି ବିଶ୍ୱବ୍ୟାଙ୍କ ସମୟ ମଧ୍ୟରେ କାର୍ଯ୍ୟ ସାରିବା ଦିଗରେ ଅଧିକ ଗୁରୁତ୍ୱ ପ୍ରଦାନ କରୁଛି। ଏହି ସ୍ପିଲଓ୍ବେ ନିର୍ମାଣ ଶେଷ ହେବାପରେ ଏଥିରେ ୭ ଲକ୍ଷ କ୍ୟୁସେକ ଜଳ ହୀରାକୁଦରୁ ବନ୍ୟା ସମୟରେ ନିଷ୍କାସିତ ହୋଇପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri