ହୀରାକୁଦ ଡ୍ୟାମ୍‌ରୁ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୭ା୯(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଶନିବାର ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ୧ଲକ୍ଷ ୧୭ ହଜାର ୭୬୨ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ସେହିପରି ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୧ଲକ୍ଷ ୭୧ ହଜାର ୪୫୩ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି । ପାୱାର ଚ୍ୟାନେଲ୍‌ରେ ୧୮ ହଜାର ୫୩୫, ବିଭିନ୍ନ କେନାଲରେ ୨ହଜାର ୬୧୯ ଓ ଶିଳ୍ପକୁ ୧୭୦ କ୍ୟୁସେକ୍‌ ଜଳ ଛଡା ଯାଉଛି । ସେହିପରି ଡ୍ୟାମ ତଳ ମୁଣ୍ଡ ବେଲଗାଁରେ ୬୬ ହଜାର ୪୦୦, ପର୍ଥଲାରେ ୩ଲକ୍ଷ ୪ ହଜାର ୯୬୦, ଖଇରମାଲରେ ୫ଲକ୍ଷ ୯୮ ହଜାର, ବରମୂଳାରେ ୫ଲକ୍ଷ ୫୨ ହଜାର ଓ ମୁଣ୍ଡଳିରେ ୨ଲକ୍ଷ ୮୭ ହଜାର ୩୭୯ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି । ହୀରାକୁଦ ଡ୍ୟାମ୍‌ ଉପର ମୁଣ୍ଡରେ ବର୍ଷା ଅଧିକ ପରିମାଣରେ ବୃଦ୍ଧି ହେବାରୁ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ହେବାରେ ଲାଗିଛି । ବୁର୍ଲାରେ ୩.୧ ମିମି, ହୀରାକୁଦ ୧.୫ ମିମି ବର୍ଷା ରେକର୍ଡ କରାଯାଇଛି । ଡ୍ୟାମ୍‌ରେ ଜଳସ୍ତର ୬୨୫.୨୭ ରହିଛି ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ପୂର୍ବରୁ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ବର୍ତ୍ତମାନ ୬ଟି ଗେଟ୍‌ରେ ଜଳ ନିଷ୍କାସନ କରାଯାଉଛି। ଅନ୍ୟ ୬ ଟିକୁ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri