ହୁମ୍ମର ଗାଁ ରାସ୍ତା ନିର୍ମାଣ ନିମ୍ନମାନର: ପୁନଃ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଡିଓ

ଛତ୍ରପୁର,୨୫ା୭(ଡି.ଏନ.ଏ)-ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ହୁମ୍ମର ଗାଁରେ ଅତି ନିମ୍ନମାନର କଂକ୍ରିଟ୍‌ ରାସ୍ତା ନିର୍ମାଣ ହେଉଥିବା ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଗୁରୁବାର ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ ତାଙ୍କ ଷ୍ଟାଫଙ୍କ ସହ ସେଠାକୁ ଯାଇ ରାସ୍ତା ଦେଖିଥିଲେ ା ହୁମ୍ମର ଗାଁ ଜୟଦୁର୍ଗା ମନ୍ଦିର ଠାରୁ ଦୁର୍ଗା ଘାଇ ଶଙ୍ଖ ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ଏହି ୯୨ ମିଟର କଂକ୍ରିଟ୍‌ ରାସ୍ତା ପାଇଁ ଗତ ଆର୍ଥିକ ବର୍ଷରେ ଗୋପବନ୍ଧୁ ଗ୍ରାମୀଣ ଯୋାଜନାରେ ୩ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ତେବେ ନିମ୍ନମାନର କାମ ହେଉଥିବା ସ୍ଥାନୀୟ ଲୋକଙ୍କ ଅଭିଯୋଗ ପାଇ ଗୁରୁବାର ବର୍ଷା ସତ୍ତ୍ୱେ ବିଡିଓ ଗାଁରେ ପହଞ୍ଚି ଶ୍ରମିକମାନଙ୍କ ଦ୍ୱାରା ରାସ୍ତାର ଗୋଟିଏ ସ୍ଥାନ ଖୋଳି ତଦନ୍ତ କରିଥିଲେ ା ସେଥିରୁ କାମ ନିମ୍ନମାନର ହୋଇଥିବା ସ୍ପଷ୍ଟ ଜଣାପଡିଥିଲା ା ତଦନ୍ତ ବେଳେ ଯନ୍ତ୍ରୀ ଜୟସେନ ବେହେରା ଉପସ୍ଥିତ ଥିଲେ। ଯୋଜନାର ଗାଇଡଲାଇନ୍‌ ଅନୁଯାୟୀ ରାସ୍ତା ନିର୍ମାଣ ହୋଇ ନ ଥିବାରୁ ୩ ଇଞ୍ଚ କଂକ୍ରିଟ୍‌ ପକାଇ ରାସ୍ତା କାମ ସାରିବାକୁ ବିଡିଓ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri