ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ପରଲୋକ: ଶେଷ ସମ୍ମାନ ଜଣାଇଲେ ଆର୍ମି ଏଡି କଲେଜ ଯବାନ

ଗୋପାଳପୁର,୨୫ା୬: ଭାରତୀୟ ସେନାବାହିନୀରେ କାର୍ଯ୍ୟରତ ଜଣେ ଓଡ଼ିଆ ଯବାନଙ୍କ ରବିବାର ସକାଳେ ହୃତ୍‌ଘାତରେ ପରଲୋକ ଘଟିଛି। ସେ ହେଲେ ଗୋପାଳପୁର ଥାନା କରାପଲ୍ଲୀ ଗ୍ରାମର ପି. ରାମାରାଓ ରେଡ୍ଡୀ (୪୨)। ରାମାରାଓ ମହାରାଷ୍ଟ୍ର ପୁନେର ପୁଲଗାଁଓ ସିଏଡିରେ କାର୍ଯ୍ୟ କରୁଥିଲେ। ସୋମବାର ତାଙ୍କ ମୃତଦେହ ଗ୍ରାମରେ ପହଞ୍ଚତ୍ବାପରେ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇଥିଲା। ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜର ୧୮ ଜଣ ଯବାନ ଏଥିରେ ଶୋଭାଯାତ୍ରାରେ ସାମିଲ ହୋଇ ଗାର୍ଡ ଅଫ ଅନର ସହ ଶେଷ ସମ୍ମାନ ଜଣାଇଥିଲେ। ସୂଚନାଯୋଗ୍ୟ ଯେ, ରାମାରାଓ ପୁନେ ପୁଲଗାଁଓରେ କାର୍ଯ୍ୟ କରୁଥିଲେ। ଶନିବାର ଡ୍ୟୁଟି ସାରି କ୍ୱାର୍ଟରକୁ ଆସି ଖାଇସାରି ଶୋଇଥିଲେ। ରବିବାର ସକାଳୁ ନ ଉଠିବାରୁ ସହକର୍ମୀମାନେ ତାଙ୍କୁ ଉଦ୍ଧାର କରି ସେନା ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ରାମାରାଓଙ୍କୁ ମୃତ ଘୋଷଣା କରିଥିଲେ। ସେ ୧୯୯୬ ମସିହାରେ ଭାରତୀୟ ସେନା ବାହିନୀରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri