ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୯ା୯-ହୃଦ୍‌ଘାତରେ ଜଣେ ବିଚାରାଧୀନ କଏଦୀଙ୍କର ଏମ୍‌କେସିଜି ମେଡିକାଲରେ ରବିବାର ମୃତ୍ୟୁ ଘଟିଛି। ମୃତକ ହେଲେ କୀର୍ତ୍ତନ ନାୟକ (୭୩) ା ତାଙ୍କ ଘର ଗଞ୍ଜାମ ଜିଲା ବଡଗଡ ଥାନା ଅନ୍ତର୍ଗତ ବାଣପୁର ବୋଲି ପୋଲିସ କହିଛି।
ପ୍ରକାଶ ଯେ, ୨୦୧୮ ଅକ୍ଟୋବର ୨୮ରେ କୀର୍ତ୍ତନ ଏକ ହତ୍ୟା ଅଭିଯୋଗରେ ସମ୍ପୃକ୍ତ ଥାଇ ଗିରଫ ହୋଇ ସୋରଡା ଜେଲରେ ବିଚାରାଧୀନ କଏଦୀ ଭାବେ ଥିଲେ। ସେ ପକ୍ଷାଘାତ ଓ ହୃଦ୍‌ଘାତ ରୋଗରେ ଆକ୍ରାନ୍ତ ଥିଲେ। ଜୁଲାଇ ୧୮ ତାରିଖରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ବ୍ରହ୍ମପୁର ଅଣାଯାଇ ମଣ୍ଡଳ କାରାଗାରରେ ରଖାଯାଇଥିଲା। ସେଠାରେ ସେ ଗୁରୁତର ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା ା ସେ ପୁରୁଷ ମେଡ଼ିସିନ ୱାର୍ଡର ୩୬ ନଂ.ବେଡରେ ରହି ଚିକିତ୍ସିତ ହେଉଥିଲେ। ହୃଦ୍‌ଘାତରେ ରବିବାର ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ।
ମାଜିଷ୍ଟ୍ରେଟ ଭାବେ ସହକାରୀ ଜିଲାପାଳ ପ୍ରଦୀପ କୁମାର ମହାରଣା, କୀର୍ତ୍ତନଙ୍କ ସ୍ତ୍ରୀ ବିଶାନ୍ଦ ନାୟକ, ଭାଇ ମୁରଲୀ ନାୟକ, ପୁତୁରା ମହେଶ୍ୱର ନାୟକ, ଭଣଜା ବ୍ରହ୍ମା ପରିଡା ଓ ପୋଲିସ ଉପସ୍ଥିତିରେ ତାଙ୍କ ମୃତଦେହ ପଞ୍ଚନାମା କରି ବ୍ୟବଛେଦ ପାଇଁ ପଠାଇଥିଲା। ମେଡିକାଲ ଫାଣ୍ଡି ପୋଲିସ ନଂ. ୪୭୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri