Posted inଖେଳ

ହୃଦ୍‌ଘାତର ୬ ମାସ ପରେ ପଡ଼ିଆକୁ ଫେରିଲେ କାସିଲାସ

ଲସବନ,୬।୧୧- ପୂର୍ବତନ ସ୍ପାନିଶ ଅଧିନାୟକ ଲକେର କାସିଲାସ ୬ ମାସ ପୂର୍ବେ ହୃଦ୍‌ଘାତର ସମ୍ମୁଖୀନ ହେବା ପରେ ପ୍ରଥମ ଥର ପାଇଁ ପଡ଼ିଆକୁ ଫେରିଛନ୍ତି। ୩୮ ବର୍ଷୀୟ ଗୋଲକିପର ନିଜ କ୍ଲବ ପୋର୍ଟୋ ଦଳର ଅନ୍ୟ ଖେଳାଳିଙ୍କ ସହ ଅଭ୍ୟାସ ଆରମ୍ଭ କରିଛନ୍ତି। ୨୦୧୦ ଫିଫା ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ ଏ ନେଇ ଟୁଇଟ୍‌ କରି ଜଣାଇଛନ୍ତି। ନିଜର ବୁଟ୍‌ର ଫଟୋ ସହ କ୍ୟାପଶନରେ ଲେଖିଛନ୍ତି, ୬ ମାସ ଓ ୩ ଦିନ ଲକରରେ ରହିଛି। ଗତ ମେ’ରେ ଏକ ଟ୍ରେନିଂ ସେସନ ବେଳେ ସେ ହୃଦ୍‌ଘାତର ସମ୍ମୁଖୀନ ହୋଇଥିଲେ। ତାଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର କାଡିଆକ୍‌ କେଥିରେଟାଇଜେଶନ କରାଯାଇଥିବା ସୂଚନା ମିଳିଥିଲା। ପରବର୍ତ୍ତୀ ସମୟରେ ପୋର୍ଟୋ କ୍ଲବ ପକ୍ଷରୁ ସେ ସୁସ୍ଥ ଥିବା କୁହାଯାଇଥିଲା। ଉଲ୍ଲେଖଥାଉ କି, କାସିଲାସ ରିଅଲ ମାଡ୍ରିଡ୍‌ ଦଳର ଦୀର୍ଘ ଦିନ ଧରି ନେତୃତ୍ୱ ନେଇଥିଲେ। ସେଠାରେ ୧୬ ବର୍ଷରେ ୭୨୫ ମ୍ୟାଚ୍‌ ଖେଳିଥିଲେ। ପରେ ୨୦୧୫ରେ ପର୍ତ୍ତୁଗାଲ କ୍ଲବ ପୋର୍ଟୋ ପାଇଁ ଖେଳିବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri