ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୧ା୫ (ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣଙ୍କୁ କାରଣଦର୍ଶାଅ ନୋଟିସ ଜାରି କରାଯାଇ ୭ ଦିନ ମଧ୍ୟରେ ଉତ୍ତର ଦେବାକୁ କୁହାଯାଇଛି। ତେବେ ୮୭ ଜଣଙ୍କ ବ୍ୟତୀତ ଆହୁରି ଅଧିକ ଜିଲା ବାହାରର ଶିକ୍ଷକ ଘରକୁ ଯାଇଥିଲେ ମଧ୍ୟ ସେମାନଙ୍କ ନଁା ଏହି ତାଲିକାରେ ନ ଥିବା ଚର୍ଚ୍ଚା ହେଉଛି। କୁମ୍ଭାରବାଡ଼ି ବିଦ୍ୟାଳୟର ଜଣେ ଶିକ୍ଷକ ଅନୁପସ୍ଥିତ ଥିବାରୁ ତାଙ୍କ ନାମକୁ ଭ୍ରମରବାଡ଼ି ସିଆରସିସି ଜଳେନ୍ଦ୍ର ଦିଗାଳ ବିଇଓଙ୍କୁ ପ୍ରଦାନ କରିଥିଲେ। କିନ୍ତୁ କେଉଁ କାରଣରୁ ତାଙ୍କୁ ଜବାବ ତଲବ ହୋଇନାହିଁ ସିଆରସିସି ଦିଗାଳ ଆଶ୍ଚର୍ଯ୍ୟ ହୋଇଥିବା କହିଛନ୍ତି। ଏନେଇ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri